ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ଜଣାଇଛନ୍ତି। ସ୍ବର୍ଗତ ପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ବାର୍ତ୍ତରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପାତ୍ରଙ୍କୁ ଜଣେ ଦକ୍ଷ ପ୍ରଶାସକ ଓ ସଂଗଠକ ଭାବରେ ବର୍ଣ୍ଣନା କରିଛନ୍ତି। ବିଭିନ୍ନ ବିଭାଗର ମନ୍ତ୍ରୀ ଭାବରେ ସେ ରାଜ୍ୟର ଉନ୍ନୟନ ପ୍ରକ୍ରିୟାକୁ କ୍ରିୟାଶୀଳ କରିଥିଲେ। ବାଚସ୍ପତି ଭାବରେ ସେ ଓଡିଶାରେ ସଂସଦୀୟ ପରମ୍ପରାର ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖି ବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ତାଙ୍କର ଅମାୟିକ ସ୍ଵଭାବ ପାଇଁ ସେ ଦଳ, ମତ ନିର୍ବିଶେଷରେ ସମସ୍ତଙ୍କର ପ୍ରିୟ ପାତ୍ର ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତା ଭାବେ ସେ ଦଳକୁ ନୂଆ ଦିଗ ଦେଇଥିଲେ। ବିଶେଷକରି ଗଞ୍ଜାମ ଜିଲ୍ଲାରେ ଦଳକୁ ସୁଦୃଢ଼ କରିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା ବୋଲି ମୁଖ୍ୟମନ୍ତ୍ରୀ କହଛନ୍ତି।ତାଙ୍କ ବିୟୋଗ ରାଜ୍ୟ ରାଜନୀତିରେ ଏକ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ସେ କହିଛନ୍ତି। ଏଥି ସହିତ ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି।

ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ସେ କହିଛନ୍ତି ଶ୍ରୀ ପାତ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ସେ ଜଣେ ଭଲ ବନ୍ଧୁ ଓ ସ୍ନେହୀ ସ୍ୱଭାବର ବ୍ୟକ୍ତି ଥିଲେ। ଓଡ଼ିଶାର ରାଜନୈତିକ କ୍ଷେତ୍ରରେ ତାଙ୍କର ଯୋଗଦାନ ଚିର ସ୍ମରଣୀୟ ହୋଇ ରହିବ।

 

ସମ୍ବନ୍ଧିତ ଖବର