ଓଡ଼ିଶାରେ ୨ଟି ଲୋକସଭା, ୮ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ବାରବାଟୀ-କଟକରୁ କଂଗ୍ରେସ ଟିକେଟ୍‌ରେ ଲଢ଼ିବେ ସୋଫିଆ ଫିର୍ଦ୍ଦୋସ

ସାମାଜିକ ଗଣମାଧ୍ୟମରେ ବୁଲୁଛି ଏଆଇସିସି ତାଲିକା

The Sentinel Assam

ଭୁବନେଶ୍ବର: ଭାରତୀୟ ଜାତୀୟ କଂଗ୍ରେସ ରବିବାର ୨ଟି ଲୋକସଭା ଆସନ ଓ ୮ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। କଂଗ୍ରେସ ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ପ୍ରାର୍ଥୀ ପରିବର୍ତ୍ତନ କରିଛି। ସେହିପରି ବାରପଦା ଓ ଖଣ୍ଡପଡ଼ା ବିଧାନସଭାରେ ମଧ୍ୟ ପ୍ରାର୍ଥୀ ପରିବର୍ତ୍ତନ କରିଛି।

କଂଗ୍ରେସ ସାଧାରଣ ସଂପାଦକ କେ.ସି ବେଣୁଗୋପାଳ ଏକ ପ୍ରେସ ବିଜ୍ଞପ୍ତିରେ କହିଛନ୍ତି, ସମ୍ବଲପୁର ଲୋକସଭା କ୍ଷେତ୍ରରେ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରାଯାଇଛି। ‌କଟକରେ ସୁରେଶ ମହାପାତ୍ର ପ୍ରାର୍ଥୀ ହୋଇଛନ୍ତି। ସେହିପରି ବାରିପଦାରେ ବାଦଲ ହେମ୍ବ୍ରମଙ୍କ ସ୍ଥାନରେ ପ୍ରମୋଦ କୁମାର ହେମ୍ବ୍ରମ ଓ ଖଣ୍ଡପଡ଼ାରେ ମନୋଜ କୁମାର ପ୍ରଧାନଙ୍କ ସ୍ଥାନରେ ବୈଜୟନ୍ତୀମାଳା ମହାନ୍ତିଙ୍କୁ ପ୍ରାର୍ଥୀ କରାଯାଇଛି।

କଂଗ୍ରେସ ଜଳେଶ୍ବରରେ ଦେବୀ ପ୍ରସନ୍ନ ଚାନ୍ଦ, ବାଲେଶ୍ବରରେ ମୋନାଲିସା ଲେଙ୍କା, ବଡ଼ଚଣାରେ ଅଜୟ ସାମଲ, ପାଳଲହଡ଼ାରେ ଫକୀର ସାମଲ, ବାରବାଟୀ କଟକରେ ସୋଫିଆ ଫିର୍ଦ୍ଦୋସ ଓ ଜଗତସିଂହପୁରରେ ପ୍ରତିମା ମଲ୍ଲିକଙ୍କୁ ଟିକେଟ ଦେଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe