ସାମ୍ବାଦିକଙ୍କ ସୁରକ୍ଷା ପାଇଁ ସରକାର ଆଇନ୍ ଆଣନ୍ତୁ: କଂଗ୍ରେସ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ସାମ୍ବାଦିକମାନଙ୍କ ଉପରେ ହେଉଥିବା ଆକ୍ରମଣ ଘଟଣାକୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି। ପିସିସି ଗଣମାଧ୍ୟମ ବିଭାଗର ଅଧ୍ୟକ୍ଷ ସତ୍ୟପ୍ରକାଶ ନାୟକ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଭାବେ ପରିଚିତ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସୁରକ୍ଷାକୁ ନେଇ ସୃଷ୍ଟି ହୋଇଥିବା ବିଷମ ପରିସ୍ଥିତିର କଡ଼ା ମୁକାବିଲା ନିମନ୍ତେ ସରକାର ଆଗେଇ ଆସି ଦୋଷୀକୁ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରିବା ଉଚିତ। ରାଜ୍ୟରେ ସ୍ବାସ୍ଥ୍ୟ ସେବାରେ ନିୟୋଜିତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀଙ୍କ ସୁରକ୍ଷା ଦିଗରେ କାର୍ଯ୍ୟ କରୁଥିବା ଆଇନ ପରି ସାମ୍ବାଦିକଙ୍କ ସୁରକ୍ଷା ପାଇଁ ସରକାର ଆଇନ ଆଣନ୍ତୁ। ଏଥି ସହିତ ସାମ୍ବାଦିକଙ୍କ ଉପରେ ହେଉଥିବା ଆକ୍ରମଣ ମାମଲାର ତଦନ୍ତ ଭାର ଜଣେ ଡିଏସ୍‌ପି କିମ୍ବା ତଦୁର୍ଦ୍ଧ ପାହ୍ୟାର ଅଫିସର୍‌ଙ୍କୁ ଦିଆଯାଉ। ସାମ୍ବାଦିକଙ୍କ ସୁରକ୍ଷା ବିପନ୍ନ ହେଲେ ଗଣତନ୍ତ୍ର ବିପନ୍ନ ହେବ ବୋଲି ଶ୍ରୀ ନାୟକ ଚେତାଇ ଦେଇଛନ୍ତି।

ସମ୍ବନ୍ଧିତ ଖବର