ଜଗତସିଂହପୁର ଜିଲ୍ଲାପାଳଙ୍କୁ ବଦଳାଇବା ଲାଗି କଂଗ୍ରେସର ଦାବି, ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଲିଖିତ ଭାବେ ଦାବିପତ୍ର ଦିଆଗଲା

Advertisment
ଜଗତସିଂହପୁର ଜିଲ୍ଲାପାଳଙ୍କୁ ବଦଳାଇବା ଲାଗି କଂଗ୍ରେସର ଦାବି, ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଲିଖିତ ଭାବେ ଦାବିପତ୍ର ଦିଆଗଲା

ଭୁବନେଶ୍ବର: ଜଗତସିଂହପୁର ଜିଲ୍ଲାପାଳଙ୍କୁ ବଦଳାଇବା ଦାବି କରିଛି କଂଗ୍ରେସ। ଏ ନେଇ ଆଜି କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକ ସୁରେଶ କୁମାର ରାଉତରାୟଙ୍କ ନେତୃତ୍ବରେ ଏକ ପ୍ରତିନିଧି ଦଳ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଲିଖିତ ଭାବେ ଦାବିପତ୍ର ପ୍ରଦାନ କରିଛନ୍ତି।

publive-image

ଏଥିରେ କଂଗ୍ରେସ ପକ୍ଷରୁ ଦର୍ଶାଯାଇଛି ଯେ ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଘର ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶଙ୍ଖେଶ୍ବର ପଞ୍ଚାୟତରେ। ତାଙ୍କ ପିତା ଶରତ ଚନ୍ଦ୍ର ମହାପାତ୍ର ଜନତା ଦଳର ସ୍ଥାନୀୟ ନେତା ଥିଲେ ଏବଂ ୧୯୯୬-୯୭ରେ ଶଙ୍ଖେଶ୍ବର ପଞ୍ଚାୟତର ସରପଞ୍ଚ ଥିଲେ। ଏହା ତିର୍ତ୍ତୋଲ ଉପନିର୍ବାଚନକୁ ଅବାଧ ଓ ସ୍ବଚ୍ଛ କରିବା ଦିଗରେ ବାଧା ସୃଷ୍ଟି କରିପାରେ ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି। ଏହି କାରଣରୁ ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ବଦଳାଯାଉ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାବି ହୋଇଛି।

ମୁଖ୍ୟ ନିର୍ବାଚନ ଅଧିକାରୀ କଂଗ୍ରେସର ପ୍ରତିନିଧିମଣ୍ଡଳୀଙ୍କୁ ଏ ସଂପର୍କରେ ନିଷ୍ପତ୍ତି ନେବାକୁ ପ୍ରତିଶ୍ରୁତି ଦେଇଥିବା ନେଇ ଦଳ ପକ୍ଷରୁ ଏକ ପ୍ରେସ୍ ବିବୃତିରେ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe