କଟକ : କନଷ୍ଟେବଳ ନିଯୁକ୍ତି ପ୍ରସଂଗକୁ ନେଇ ରୁଜୁ ମାମଲାରେ ପୁଲିସ ଡିଜିଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବା ପାଇଁ ରାଜ୍ୟ ପ୍ରଶାସନିକ ଟ୍ରିବୁନାଲ(ସ୍ୟାଟ୍) ନିର୍ଦ୍ଦେଶ ଦେଇଛନ୍ତି। ସ୍ୟାଟ୍ର ବିଚାରବିଭାଗୀୟ ସଦସ୍ୟ ଜ୍ଞାନରଂଜନ ପୁରୋହିତଙ୍କୁ ନେଇ ଗଠିତ ଖଣ୍ଡପୀଠ ଉର୍ମିଳା ସ୍ୱାଇଁଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ଆସନ୍ତା ୨୯ ତାରିଖ ଦିନ ଡିଜିଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅଦାଲତଙ୍କ ନିର୍ଦ୍ଦେଶ ପାଳନରେ ଅବହେଳାକୁ ନେଇ ରୁଜୁ ମାମଲାରେ ଏପରି ନିର୍ଦ୍ଦେଶ ପ୍ରଦାନ କରାଯାଇଛି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଦୁଇ ଜଣ ସଦସ୍ୟଙ୍କୁ ନେଇ ଗଠିତ ଖଣ୍ଡପୀଠରେ କରାଯିବ ବୋଲି ନିର୍ଦ୍ଦେଶ ଦିଆଯାଇଛି। ଆବେଦନକାରିଣୀଙ୍କ ପକ୍ଷରୁ ଆଇନଜୀବୀ ଶଶିଭୂଷଣ ଜେନା ମାମଲା ପରିଚାଳନା କରୁଥିବା ବେଳେ ସତ୍ୟଜିତ ବେହେରା ତାଙ୍କୁ ସହାୟତା କରୁଛନ୍ତି।
Advertisment
Sambad is now on WhatsApp
Join and get latest news updates delivered to you via WhatsApp