ବିପୁଳ ପରିମାଣର ଗଞ୍ଜେଇ ଜବତ, ଜଣେ ଗିରଫ

Advertisment
ବିପୁଳ ପରିମାଣର ଗଞ୍ଜେଇ ଜବତ, ଜଣେ ଗିରଫ

ଭଦ୍ରକ: ଅବକାରୀ ଅଧିକ୍ଷକ ନରୋତ୍ତମ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଓ ଅବକାରୀ ନିରୀକ୍ଷକ ପ୍ରଶାନ୍ତ କୁମାର ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଭଦ୍ରକ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀକାନ୍ତ ମୁର୍ମୁ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ସାବରଙ୍ଗ ଥାନା ଅନ୍ତର୍ଗତ ଅଣ୍ଡରେଇ ଛକ ନିକଟରେ ଚଢ଼ାଉ କରାଯାଇ ୨୧.୧୬୦ କିଲୋଗ୍ରାମ ଗଞ୍ଜେଇ ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ସାବରଙ୍ଗ ଥାନା ଅନ୍ତର୍ଗତ ଅଣ୍ଡରେଇ ଗ୍ରାମର ଦୀନବନ୍ଧୁ ପାଣିଗ୍ରାହୀଙ୍କୁ ଗିରଫ କରାଯାଇଛି। ଜବତ ଗଞ୍ଜେଇ ର ଆନୁମାନିକ ମୂଲ୍ୟ ୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି।

ଉକ୍ତ ଚଢ଼ାଉରେ ଏସ୍‌.ଆଇ ନଟବର ମଲ୍ଲିକ, ଏ.ଏସ୍‌.ଆଇ ରମେଶ ନାୟକ ଓ ଭବେଶ ଦାସ, କନେଷ୍ଟବଳ ଅଜିତ କୁମାର ସିଙ୍କୁ, ରୁଦ୍ରନାରାୟଣ ଦାସ, ସୁଦର୍ଶନ ପଲ୍ଲାଇ, ପରେଶ ଟୁଡୁ, ଜେମାମଣୀ ଜାମୁଡା, ଶୁଭ୍ରାମିନି ଦାସ ପ୍ରଭୃତି ସାମିଲ ଥିଲେ। ଏନେଇ ଭଦ୍ରକ ଅବକାରୀ ଥାନା ପକ୍ଷରୁ ଏକ ମାମଲା ରୁଜୁ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe