ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୨ କରୋନା ସଂକ୍ରମିତ ଚିହ୍ନଟ

ଭୁବ‌େନେଶ୍ବର: ରାଜ୍ୟରେ ଗତକାଲି ଅପେକ୍ଷା ଆଜି କରୋନା ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁସା‌ରେ ଗତକାଲି ୨୫୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ୪୮୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୦୮ ଜଣ ଅଛନ୍ତି। ସଂଗରୋଧ କେନ୍ଦ୍ରରୁ ୨୮୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୯୯ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧୩୨୪୦୬୯ରେ ପହଞ୍ଚିଛି। ୨୪ ଘଣ୍ଟା ମଧ୍ୟରେ ୫୫୩ ଜଣ ସୁସ୍ଥ ହୋଇଥିବା ବେଳେ ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୧୩୧୧୯୪୭ ଜଣ। ‌ଏବେ ବି ସକ୍ରିୟ ଅଛନ୍ତି ୨୯୦୯ ଜଣ।

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୦୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ଜଣେ, ବାଲେଶ୍ବରରୁ ୯ ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୨୪ ଜଣ, ବୌଦ୍ଧରୁ ୩୭ ଜଣ, କଟକରୁ ୧୬ ଜଣ, ଦେଓଗଡ଼ରୁ ୪ ଜଣ, ଗଜପତିରୁ ୬ ଜଣ, ଜଗତ୍‌ସିଂହପୁରରୁ ୨ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୧୬ ଜଣ, କନ୍ଧମାଳରୁ ୭ ଜଣ, କେନ୍ଦ୍ରପଡ଼ାରୁ ୬ ଜଣ, କେନ୍ଦୁଝରରୁ ୧୦ ଜଣ, ଖୋର୍ଦ୍ଧାରୁ ୭୧ ଜଣ, କୋରାପୁଟରୁ ୫ ଜଣ, ମୟୂରଭଞ୍ଜରୁ ୧୭ ଜଣ, ନବରଙ୍ଗପୁରରୁ ୨୭ ଜଣ, ନୟାଗଡ଼ରୁ ୧୧ ଜଣ, ନୂଆପଡ଼ାରୁ ୧୭ ଜଣ, ପୁରୀରୁ ୫ ଜଣ, ରାୟଗଡ଼ାରୁ  ଜଣ, ସମ୍ବଲପୁରରୁ ୨୬ ଜଣ, ସୋନପୁରରୁ ୭ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୧୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧିତ ଖବର