ରାଜ୍ୟରେ କୋଭିଡ ସ୍ଥିତି ନିୟନ୍ତ୍ରଣାଧୀନ, ସୁସ୍ଥ ରୋଗୀଙ୍କ ସଂଖ୍ୟା ନୂଆ ଆକ୍ରାନ୍ତଙ୍କ ଠାରୁ ଅଧିକ: ମୁଖ୍ୟମନ୍ତ୍ରୀ

କନିଷ୍ଠ ଶିକ୍ଷକଙ୍କ ଦରମା ୫୦ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର: ଉପକୃତ ହେବେ ୩୩,୦୩୮ ଶିକ୍ଷକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ସ୍ଥିତି ସମ୍ପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରିଥିବା କାର୍ଯ୍ୟକ୍ରମର ସଫଳ କାର୍ଯ୍ୟ କାରିତା ସହିତ ରୋଗୀଙ୍କ ଅବସ୍ଥା ସଂପର୍କରେ ସଂପର୍କୀୟଙ୍କୁ ସଠିକ ସୂଚନା ଦେବା ଏବଂ ଟିକାକରଣ କେନ୍ଦ୍ରମାନଙ୍କରେ ସାମାଜିକ ଦୂରତା ରକ୍ଷା କରିବା ଉପରେ ଗୁରୁତ୍ବ ଆରୋପ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ କୋଭିଡ ସ୍ଥିତି ଏବେ ନିୟନ୍ତ୍ରଣାଧୀନ ଅଛି । ରାଜ୍ୟରେ ସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ନୂଆ ଚିହ୍ନଟ ହେଉଥିବା ରୋଗୀଙ୍କ ଠାରୁ ଅଧିକ ରହୁଛି । ଗତ ସପ୍ତାହରୁ କେତେକ ଜିଲ୍ଲାରେ ସଂକ୍ରମଣ କମିବା ମଧ୍ୟ ଆରମ୍ଭ କରିଛି । ରାଜ୍ୟରେ ସଂକ୍ରମଣ ହାର ମଧ୍ୟ କମିଛି । ଏ ସବୁ ପାଇଁ ଲକ୍‌ଡାଉନ ଓ ଲୋକଙ୍କ ମଧ୍ୟରେ ସଚେତନତାକୁ ମୁଖ୍ୟମନ୍ତ୍ରୀ ଶ୍ରେୟ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂକ୍ରମଣ ହାରକୁ ସଂପୂର୍ଣ୍ଣ କମାଇବା ପାଇଁ ରାଜ୍ୟ ସରକାର ଲକଡାଉନ ଅବଧିକୁ ଆଉ ଦୁଇ ସପ୍ତାହ ବୃଦ୍ଧି କରିଛନ୍ତି। ଲୋକଙ୍କ ସହଯୋଗ ଉପରେ ପୂର୍ଣ୍ଣ ଆସ୍ଥା ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେ ଯଦି ସମସ୍ତେ କୋଭିଡ ନିୟମ ମାନି ମାସ୍କ ପିନ୍ଧିବା, ବାରମ୍ବାର ସାବୁନରେ ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ଅନାବଶ୍ୟକ ଭାବରେ ବାହାରେ ବୁଲିବା ବନ୍ଦ କରିଦେବା, ତେବେ ଆମେ ନିଶ୍ଚୟ ଏହି ଲଢେଇ ଜିତିପାରିବା ।

ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ଯୋଗୁ ଅନେକ ପରିବାର ଛାରଖାର ହୋଇଯାଇଛି। ତେଣୁ କୋଭିଡ ମୃତକଙ୍କ ବିଧବା ଏବଂ ବାପା-ମା’ଙ୍କୁ ହରାଇଥିବା ପିଲାମାନେ ଯେପରି ତୁରନ୍ତ ସହାୟତା ପାଇପାରିବେ, ସେଥିପାଇଁ ତୁରନ୍ତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe