ରାଜ୍ୟରେ ୨୦୦ ତଳକୁ ଖସିଲା କରୋନା ସଂକ୍ରମଣ; ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୪୮

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସ ମଧ୍ୟରେ ଅଛନ୍ତି ୪୦ ଜଣ। ସଂଗ‌ରୋଧ କେନ୍ଦ୍ରରୁ ୧୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ଅଛନ୍ତି ୮୩ ଜଣ।

ଦିନକ ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୮ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୫ ଜଣ, କଟକରୁ ୧୬ ଜଣ, ଦେବଗଡ଼ରୁ ୨ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୫ ଜଣ, ଜଗତ୍‌ସିଂହପୁରରୁ ୩ ଜଣ, ଯାଜପୁରରୁ ୪ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୮ ଜଣ, ଖୋର୍ଦ୍ଧାରୁ ୩୯ ଜଣ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୭ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୯ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୧୦ ଜଣ, ସମ୍ବଲପୁରରୁ ୪ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୪୧ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ନୂତନ ସଂକ୍ରମିତକୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧୩୩୨୨୮୧ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୧୩୨୧୫୯୪ ଓ ଏବେ ବି ସକ୍ରିୟ ଅଛନ୍ତି ୧୪୪୮ ଜଣ।

ସମ୍ବନ୍ଧିତ ଖବର