ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

Advertisment
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଗତକାଲି ୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ମାତ୍ର ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୫ଟି ଜିଲ୍ଲାରୁ ୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୫ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬ ଜଣ ଚିହ୍ନଟ ହୋଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

publive-image Mathrubhumi English

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ଜଣେ, ବଲାଙ୍ଗୀରରୁ ଜଣେ, ଜଗତ୍‌ସିଂହପୁରରୁ ଜଣେ, ଖୋର୍ଦ୍ଧାରୁ ୧୬ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୬୯୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୩୫୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୬୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe