Jansatta
ଭୁବନେଶ୍ବର: ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ ସଂଖ୍ୟା। ଗତକାଲି ରାଜ୍ୟରେ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଜି ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ଜଣେ ସ୍ଥାନୀୟ ସଂକ୍ରମିତ। ଏହି ସଂକ୍ରମିତଙ୍କ ମଧ୍ୟରେ ଶିଶୁ କି କିଶୋର କେହି ନାହାନ୍ତି।
ବାଲେଶ୍ବର ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଟକରୁ ଜଣେ ସମ୍ବଲପୁରରୁ ଜଣେ ଚିହ୍ନଟ ହୋଇଛନ୍ତି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ସଂକ୍ରମଣ ୧୨୮୮୩୯୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ଏବେ ସୁଦ୍ଧା ସମୁଦାୟ ସୁସ୍ଥ ହୋଇ ସାରିଲେଣି ୧୨୭୯୧୨୭ ଜଣ। ଏବେ ବି ସକ୍ରିୟ ଅଛନ୍ତି ୮୪ ଜଣ।
Follow Us