ଓଡ଼ିଶାରେ ପୁଣି ବଢୁଛି କରୋନା, ୪ଦିନରେ ପାଖାପାଖି ଦୁଇଗୁଣ ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ଏହି ଆକ୍ରାନ୍ତଙ୍କ ମଧ୍ୟରେ ୦ରୁ ୧୮ ବର୍ଷ ମଧ୍ୟରେ ୬୭ ଜଣ ଥିବାବେଳେ ସଂଗରୋଧରୁ ୨୪୯ ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୧୭୫ ଜଣ ଥିବାର ଜଣାପଡିଛି | ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୭୭, କଟକରୁ ୪୫ ଜଣ ଥିବାବେଳେ ସୁନ୍ଦରଗଡରୁ ୩୮ ଓ ଷ୍ଟେଟ ପୁଲରୁ ୪୦ ଜଣ ରହିଛନ୍ତି |

ବଡ କଥା ଯେ ଲଗାତାର ୭ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟାକୁ ନଜର ପକାଇଲେ ଆଜି ୩୦୧ ଜଣ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ଆଜି ୪୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜାନୁଆରୀ ୧ରେ ୨୯୮, ଡିସେମ୍ବର ୩୧ରେ ୨୨୮, ଡିସେମ୍ବର ୩୦ରେ ୨୨୫, ଡିସେମ୍ବର ୨୯ରେ ୨୨୧, ଡିସେମ୍ବର ୨୮ରେ ୧୫୬ ଓ ଡିସେମ୍ବର ୨୭ରେ ୧୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି |


ଆଜିର ପଜିଟିଭଙ୍କ ସଂଖ୍ୟାକୁ ମିଶାଇଲେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୫ ହଜାର ୫୫୬ରେ ପହଞ୍ଚିଥିବାବେଳେ ୧୦ ଲକ୍ଷ ୪୪ ହଜାର ୯୬୨ ଜଣ ସୁସ୍ଥ ହୋଇଛନ୍ତି | ବର୍ତ୍ତମାନ ୨୦୭୮ଟି ସକ୍ରିୟ ମାମଲା ରହିଛି |

ସମ୍ବନ୍ଧିତ ଖବର