ରାଜ୍ୟରେ ପୁଣି ୩ କରୋନା ଆକ୍ରାନ୍ତ ଚିହ୍ନଟ, ୩୯୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଆଜି ସକାଳେ ରାଜ୍ୟରେ ୧୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ଆଉ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ୩ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୪ରେ ପହଂଚିଛି | ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ମୁତାବକ  ମୟୁରଭଞ୍ଜ, କଟକ ଏବଂ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ନୂତନ ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ରାଜ୍ୟରେ ୩୦୬ଟି ସକ୍ରିୟ କରୋନା ମାମଲା ରହିଛି | ଏହା ସହ ୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି |

ସୂଚନା ମୁତାବକ, ଆଜି ସକାଳେ ରାଜ୍ୟରେ ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଏମାନଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ୧୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ |

ଏଥସହ ଆଜି ଏକା ସାଙ୍ଗରେ ୧୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି | ଚିକିତ୍ସା ପରେ ସେମାନଙ୍କର କୋଭିଡ-୧୯ ରିପୋର୍ଟ ନେଗେଟିଭ ଆସିବା ପରେ ସେମାନଙ୍କୁ ଡିସଚାର୍ଜ କରାଯାଇଥିବା ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ | ସୁସ୍ଥ ୧୭ଜଣଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୭ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୫ଜଣ, ଭଦ୍ରକରୁ ୩ଜଣ ଓ ବାଲେଶ୍ୱରରୁ ୨ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି | ନୂତନ ରିପୋର୍ଟକୁ ମିଶାଇ ଏବେ ରାଜ୍ୟରେ ମୋଟ ୮୫ଜଣ ସୁସ୍ଥ ହୋଇଛନ୍ତି |

ସମ୍ବନ୍ଧିତ ଖବର