ରାଜ୍ୟରେ ଆଉ ୧୦ କରୋନା ପଜିଟିଭ ଚିହ୍ନଟ, ୩୬୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଯାଜପୁରରୁ ୪, ଭଦ୍ରକରୁ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ପୁଣି ଆଉ ୧୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ନୂତନ ୧୦ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଭଦ୍ରକରୁ ୬ଜଣ ହୋଇଥିବା ବେଳେ ଯାଜପୁରରୁ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬୨ରେ ପହଂଚିଛି | ସେହିଭଳି ଭାବରେ ଯାଜପୁରରେ ନୂତନ ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୯ ରହିଛି | ସେମାନଙ୍କ ମଧ୍ୟରୁ ୨ଜଣ ସୁସ୍ଥ ହୋଇଥିବା ବେଳେ ୫୭ଟି ସକ୍ରିୟ ମାମଲା ରହିଛି |

ଭଦ୍ରକରେରେ ନୂତନ ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ୩୧ଜଣ କରୋନା ଆକ୍ରାନ୍ତ ରହିଛନ୍ତି | ସେମାନଙ୍କ ମଧ୍ୟରୁ ୧୨ଜଣ ସୁସ୍ଥ ହୋଇଥିବା ବେଳେ ୧୯ଟି ସକ୍ରିୟ ମାମଲା ରହିଛି | ସୂଚନା ମୁତାବକ, ଆଜି ସକାଳେ ୫୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ | ୨୯ଜଣ ଗଞ୍ଜାମରୁ ଚିହ୍ନଟ ହୋଇଥିବା ବେଳେ ୧୫ଜଣ ବାଲେଶ୍ୱର, ୧୩ଜଣ ଅନୁଗୁଳ ଏବଂ ଜଣେ ମୟୁରଭଞ୍ଜରୁ ଚିହ୍ନଟ ହୋଇଥିଲେ | ନୂତନ କରୋନା ଆକ୍ରାନ୍ତଙ୍କୁ ମିଶାଇ ଆଜି ରାଜ୍ୟରେ ୬୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି |

Airport Technology

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଓଡ଼ିଶାର ୨୦ଟି ଜିଲ୍ଲାରୁ ମୋଟ ୩୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାଜପୁର ଜିଲ୍ଲାରୁ ଦ୍ୱିତୀୟ ସର୍ବାଧିକ ୫୯ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦ ଜଣ, ବାଲେଶ୍ୱର ଜିଲ୍ଲାରୁ ୪୨ ଜଣ, ଭଦ୍ରକ ଜିଲ୍ଲାରୁ ୩୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ ଜଣ, ଅନୁଗୁଳ ଜିଲ୍ଲାରୁ ୧୩ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ, ବଲାଙ୍ଗୀର, ଝାରସୁଗୁଡ଼ା, କେନ୍ଦୁଝର, କଟକ ଓ କଳାହାଣ୍ଡି ଜିଲ୍ଲାରୁ ୨-୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏତଦବ୍ୟତୀତ ନୟାଗଡ଼, କୋରାପୁଟ, ଦେବଗଡ଼, ଢେଙ୍କାନାଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସମ୍ବନ୍ଧିତ ଖବର