ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬୧୫ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୦ ହଜାର ପାର୍‌

Advertisment
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬୧୫ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୦ ହଜାର ପାର୍‌

ଭୁବନେଶ୍ବର: ଆଜି ରାଜ୍ୟରେ ୩୬୧୫ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୨୧୧୮ ଓ ସ୍ଥାନୀୟ ଅଞ୍ଚଳରୁ ୧୪୯୭ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୨ ହଜାର ୭୩୪କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରେ ଆଜି କେତେଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୭୧ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୧୮୮, ବାଲେଶ୍ବରରୁ ୯୬, ବରଗଡ଼ରୁ ୮୬, ଭଦ୍ରକରୁ ୬୧, ବଲାଙ୍ଗୀରରୁ ୮୧, ବୌଦ୍ଧରୁ ୨୦, କଟକରୁ ୩୭୧, ଦେବଗଡ଼ରୁ ୧୨, ଢେଙ୍କାନାଳରୁ ୬୦, ଗଜପତିରୁ ୨୯, ଗଞ୍ଜାମରୁ ୪୨, ଜଗତ୍‌ସିଂହପୁରରୁ ୮୩, ଯାଜପୁରରୁ ୧୪୪, ଝାରସୁଗୁଡ଼ାରୁ ୧୦୬, କଳାହାଣ୍ଡିରୁ ୧୦୬, କନ୍ଧମାଳରୁ ୫୯, କେନ୍ଦ୍ରାପଡ଼ାରୁ ୧୧୯, କେନ୍ଦୁଝରରୁ ୧୦୯, କୋରାପୁଟରୁ ୪୭, ମାଲକାନଗିରିରୁ ୧୨୩, ମୟୂରଭଞ୍ଜରୁ ୧୨୩, ନବରଙ୍ଗପୁରରୁ ୫୭, ନୟାଗଡ଼ରୁ ୬୪, ନୂଆପଡ଼ାରୁ ୬୬, ପୁରୀରୁ ୧୯୭, ରାୟଗଡ଼ାରୁ ୩୯, ସମ୍ବଲପୁରରୁ ୭୩, ସୋନପୁରରୁ ୭୦, ସୁନ୍ଦରଗଡ଼ରୁ ୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଷ୍ଟେଟ୍ ପୁଲରୁ୨୪୦ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାଯାଇଛି।

publive-image Zenefits

ଉଲ୍ଲେଖଯୋଗ୍ୟ, ରାଜ୍ୟରେ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି ୧ ଲକ୍ଷ ୮୫ ହଜାର ୭୦୦ ଓ ଏବେ ରାଜ୍ୟରେ ୩୬ ହଜାର ୧୨୨ ଜଣ ସଂକ୍ରମିତ ସକ୍ରିୟ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe