ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୫୪୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ପୁଣି ୧୨ ମୃତ

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୫୪୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ପୁଣି ୧୨ ମୃତ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟ‌ରେ ରାଜ୍ୟରେ ନୂଆ ୧୫୪୦  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୮୬ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬୫୪ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୫ ହଜାର ୪୮୨କୁ ବୃଦ୍ଧି ପାଇଛି।  ୩୦ଟି ଜିଲ୍ଲା ଓ ଷ୍ଟେଟ୍ ପୁଲରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଅନୁଗୁଳରୁ ୧୦୦ ଜଣେ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ବରରୁ ୯୨, ବରଗଡ଼ରୁ ୪୧, ଭଦ୍ରକରୁ ୯, ବଲାଙ୍ଗୀରରୁ ୬୭, ବୌଦ୍ଧରୁ ୩, କଟକରୁ ୯୯, ଦେବଗଡ଼ରୁ ୭, ଢେଙ୍କାନାଳ ୨୪, ଗଜପତି ୫, ଗଞ୍ଜାମରୁ ୨୯, ଗଜତ୍‌ସିଂହପୁରରୁ ୭୮, ଯାଜପୁରରୁ ୨୨, ଝାରସୁଗୁଡ଼ାରୁ ୪୨, କଳାହାଣ୍ଡିରୁ ୪୭, କନ୍ଧମାଳରୁ ୧୪, କେନ୍ଦ୍ରାପଡ଼ାରୁ ୬୨, କେନ୍ଦୁଝରରୁ ୩୮, ଖେ‌ାର୍ଦ୍ଧାରୁ ୨୦୮, କୋରାପୁଟରୁ ୨୬, ମାଲକାନଗିରିରୁ ୪୨, ମୟୂରଭଞ୍ଜରୁ ୯୧, ନବରଙ୍ଗପୁରୁରୁ ୪୩, ନୟାଗଡ଼ରୁ ୩୩, ନୂଆପଡ଼ାରୁ ୫୧, ପୁରୀରୁ ୪୯, ରାୟଗଡ଼ାରୁ ୧୦, ସମ୍ବଲପୁରରୁ ୩୨, ସୋନପୁରରୁ ୨୯, ସୁନ୍ଦରଗଡ଼ରୁ ୧୧୧ ଓ ଷ୍ଟେଟ୍‌ ପୁଲ୍‌ରୁ ୩୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଆପଣଙ୍କ ସୂଚନା ସକାଶେ ଜଣାଇ ଦେଉଛୁ ଯେ ଏବେ ସୁଦ୍ଧା ରାଜ୍ୟରୁ ୨ ଲକ୍ଷ ୬୮ ହଜାର ୧୧୫ ଅ‌ାକ୍ରାନ୍ତ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ଅଛନ୍ତି ୧୬ ହଜାର ୩୦ ଜଣ। କେବଳ ଗତ ୨୪ ଘଣ୍ଟା ମଧ୍ୟରେ ୨ ହଜାର ୧୦ ଜଣ ସୁସ୍ଥ ହୋଇ ସାରିଲେଣି।

ଏଣେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୨ ଜଣଙ୍କର ମୃତ୍ୟୁ ଘଟିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe