ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୩୮୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨୩ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୬୩ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡ଼ିଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୨ ହଜାର ୨୯୯ ଛୁଇଁଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୧୬ ହଜାର ୯୭୦ ଜଣ। ଏବେ ବି ସକ୍ରିୟ ଅଛନ୍ତି ୩୪୮୭ ଜଣ।
ଆଜି ଅନୁଗୁଳ ଜିଲ୍ଲାରୁ ୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁୁ ୨୦ ଜଣ, ବରଗଡ଼ରୁ ୨୦ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗୀରରୁ ୨୨ ଜଣ, ବୌଦ୍ଧରୁ ୪ ଜଣ, କଟକରୁ ୨୨ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୨୨ ଜଣ, ଗଞ୍ଜାମରୁ ୪ ଜଣ, ଜଗତ୍ସିଂହପୁରରୁ ୭ ଜଣ, ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୧୩ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁୁ ୧୨ ଜଣ, କେନ୍ଦୁଝରରୁ ୭ ଜଣ, ଖୋର୍ଦ୍ଧାରୁ ୫୦ ଜଣ, ମାଲକାନଗିରିରୁ ୫ ଜଣ, ମୟୂରଭଞ୍ଜରୁ ୩୧ ଜଣ, ନୟାଗଡ଼ରୁ ୩ ଜଣ, ନୂଆପଡ଼ାରୁ ୧୨ ଜଣ, ପୁରୀରୁ ୨୫ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୧୭ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୪୭ ଜଣ ଓ ଷ୍ଟେଟ୍ ପୁଲ୍ରୁ ୧୧ ଜଣ ଆକ୍ରାନ୍ତ ଚିିହ୍ନଟ ହୋଇଛନ୍ତି। ଏପଟେ କରୋନାରେ ପୁଣି ୫ ଜଣଙ୍କର ମୃତ୍ୟୁ ଘଟିଛି।