ଗତ ୨୪ ଘଣ୍ଟା ମଧ୍ୟରେ  ରାଜ୍ୟରେ ପୁଣି ୯୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୯୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୩ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୩୮ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୬୨୦ରେ ପହଞ୍ଚିଛି। ଏବେ ସୁଦ୍ଧା ଆରୋଗ୍ୟ ଲାଭ କରି ସାରିଲେଣି ୩ ଲକ୍ଷ ୩୪ ହଜାର ୮୩୮ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୮୧୨ ଜଣ ସଂକ୍ରମିତ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୨ ଜଣ, ଭଦ୍ରକରୁ ୯ ଜଣ, ବଲାଙ୍ଗୀରରୁ ଜଣେ, ବୌଦ୍ଧରୁ ଜଣେ, କଟକରୁ ଜଣେ, ଦେଓଗଡ଼ରୁ ଜଣେ, ଗଞ୍ଜାମରୁ ୩ ଜଣ, ଜଗତ୍‌ସିଂହପୁରରୁ ୨ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୩ ଜଣ, ଖୋର୍ଦ୍ଧାରୁ ୧୦ ଜଣ, ମୟୂରଭଞ୍ଜରୁ ୬ ଜଣ, ନବରଙ୍ଗପୁରରୁ ୨ ଜଣ, ପୁରୀରୁ ୩ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୪ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧିତ ଖବର