ଓଡ଼ିଶାରେ କରୋନା ଭୟ : ସ୍ବାସ୍ଥ୍ୟ ବିଭାଗର ନଜରରେ ୧୧୫

ଭୁବନେଶ୍ବର : ବିଶ୍ବବ୍ୟାପୀ କରୋନା ଦିନକୁ ଦିନ ଘାତକ ହେବାରେ ଲାଗିଛି। ଆଜି ଭାରତରେ ୨ଟି ନୂତନ କରୋନା ପଜିଟିଭ୍‌ଙ୍କୁ ଚିହ୍ନଟ କରାଯାଇଛି। ଏହି ପରିପ୍ରେକ୍ଷୀରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କରୋନା ସଂକ୍ରମିତ ଦେଶରୁ ରାଜ୍ୟକୁ ଫେରିଥିବା ୧୧୫ଜଣଙ୍କ ଉପରେ ନଜର ରଖାଯାଇଛି। ଜଣେ ବ୍ୟକ୍ତିଙ୍କୁ ଅବଜରଭେସନ୍‌ରେ ରଖାଯାଇଥିବା ବେଳେ ୪୨ଜଣ ଘରେ ଆଇସୋଲେସନ୍‌ରେ ରହିଛନ୍ତି। ଆଜି ସୁଦ୍ଧା ୬୯ଜଣ ବ୍ୟକ୍ତିଙ୍କ ଘରେ ଆଇସୋଲେସନ୍‌ ଶେଷ ହୋଇସାରିଛି। ଅପରପକ୍ଷରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପୂର୍ବରୁ ସଂଗୃହୀତ ୮ଜଣ ବ୍ୟକ୍ତିଙ୍କ ବାଦ୍ ଅନ୍ୟ କୌଣସି ସନ୍ଦିଗ୍ଧଙ୍କ ନମୁନା ସଂଗ୍ରହ କରାଯାଇ ନାହିଁ। ପୂର୍ବରୁ ସଂଗୃହୀତ ସମସ୍ତ ନମୁନା ନେଗେଟିଭ୍ ରହିଥିଲା। ସେହିପରି କରୋନା ସଂପର୍କରେ ସଚେତନତା ପ୍ରଦାନ ଲାଗି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ର ବ୍ୟବସ୍ଥା କରାଯାଇଛି।

ସମ୍ବନ୍ଧିତ ଖବର