ଆରମ୍ଭ ହେଲା ପଦ୍ମପୁର ଭୋଟ ଗଣତି: ପ୍ରଥମେ ପୋଷ୍ଟାଲ ବାଲାଟ୍ ଗଣତି

Advertisment
ଆରମ୍ଭ ହେଲା ପଦ୍ମପୁର ଭୋଟ ଗଣତି: ପ୍ରଥମେ ପୋଷ୍ଟାଲ ବାଲାଟ୍ ଗଣତି

ବରଗଡ଼: ପଦ୍ମପୁରରେ ଗୁରୁବାର ସକାଳ ୮ଟାରୁ ଭୋଟ୍ ଗଣତି ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମେ ୨୯୬ଟି ପୋଷ୍ଟାଲ ବାଲାଟ୍ ଗଣତି ଆରମ୍ଭ ହୋଇଛି। ଏଥିରେ ୨୪ଟି ସର୍ଭିସ ଭୋଟରଙ୍କ ଭୋଟ୍ ଏବଂ ୨୭୨ଟି ଅନୁପସ୍ଥିତ ଭୋଟରଙ୍କ (ମତଦାନ କେନ୍ଦ୍ରକୁ ଆସିପାରିନଥିବା ଦିବ୍ୟାଙ୍ଗ ଏବଂ ୮୦ବର୍ଷରୁ ଊର୍ଦ୍ଧ୍ବ (ବରିଷ୍ଠ ନାଗରିକ) ଭୋଟ୍ ଗଣତି ଚାଲିଛି।

publive-image

ପଦ୍ମପୁର ନିୟନ୍ତ୍ରିତ ବଜାର ପ୍ରାଙ୍ଗଣରେ ଭୋଟ୍‌ ଗଣତି କରାଯାଉଛି। ଜିଲ୍ଲାପାଳ, ଉପଜିଲ୍ଲାପାଳଙ୍କ ତତ୍ତ୍ବାବଧାନରେ ଗଣତି ଚାଲିବ। ଗଣନା ପାଇଁ ୩ଜଣ ସହକାରୀ ରିଟର୍ଣ୍ଣିଂ ଅଫିସର୍‌ ରହିବେ। ୨୩ ରାଉଣ୍ଡ ଗଣତି ପରେ ଫଳାଫଳ ବାହାରିବ। ଆଜି ପଦ୍ମପୁର ଉପନିର୍ବାଚନର ଫଳାଫଳ ଘୋଷିତ ହେବ। ବିଜେଡି ପ୍ରାର୍ଥିନୀ ବର୍ଷା ସିଂହ ବରିହା, ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ଓ କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କ ସମେତ ସମୁଦାୟ ୧୦ଜଣ ନିର୍ବାଚନ ମଇଦାନରେ ଅଛନ୍ତି। ମତାଦାତା କାହାକୁ ବିଧାୟକ ଭାବେ ବାଛିଛନ୍ତି ଭୋଟଗଣତି ପରେ ଜଣାପଡ଼ିବ।

ଏଠାରେ ସୂଚନାତଥାଉକି,ଏହି ଉପନିର୍ବାଚନରେ ରେକର୍ଡ ସଂଖ୍ୟକ ଅର୍ଥାତ୍ ୮୧.୨୯ ପ୍ରତିଶତ ମତଦାନ ହୋଇଛି। ନିର୍ବାଚନ ମଣ୍ଡଳୀର ସମୁଦାୟ ୨ଲକ୍ଷ ୫୭ହଜାର ୪୭୪ ଭୋଟରଙ୍କ ମଧ୍ୟରୁ ୨ଲକ୍ଷ ୯ହଜାର ୩୦୯ ଭୋଟର ୩୧୯ ବୁଥରେ ମତଦାନ କରିଥିଲେ।

ସେହିପରି ସୁରକ୍ଷା ଦୃଷ୍ଟିରୁ ଗଣତି କେନ୍ଦ୍ରର ୧୦୦ମିଟର ପରଧି ଅଞ୍ଚଳକୁ କୌଣସି ଗାଡ଼ି ଯାଇପାରିବନି। ଏହାକୁ ପାଦଚଲା ଜୋନ୍ ଘୋଷଣା କରାଯାଇଛି। ତିନିଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଥିବା ବେଳେ ଏଥିପାଇଁ ସିଏପିଏଫ୍, ଏସ୍‌ଏପିଏଫ୍‌ ଏବଂ ସ୍ଥାନୀୟ ପୁଲିସକୁ ମୁତୟନ କରାଯାଇଛି। ଏହାବାଦ୍ results.eci.gov.in ପୋର୍ଟାଲରେ ସାଧାରଣ ଲୋକ ଭୋଟ୍‌ ଗଣତି ନେଇ ଅପ୍‌ ଟୁ ଡେଟ୍ ତଥ୍ୟ ପାଇପାରିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ଗତକାଲି ସୂଚନା ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe