ବିଧାନସଭା ଆଗରେ କିରୋସିନ ଢ଼ାଳି ଦମ୍ପତିଙ୍କ ଆତ୍ମାହୁତି ଉଦ୍ୟମ: ସ୍ୱାମୀ-ସ୍ତ୍ରୀଙ୍କୁ କାବୁ କଲା ପୁଲିସ

୫ବର୍ଷର ଝିଅ ହତ୍ୟା ମାମଲାରେ ନ୍ୟାୟ ନପାଇ ଆତ୍ମହତ୍ୟା ଉଦ୍ୟମ କରୁଥିଲେ ନୟାଗଡ଼ ଦମ୍ପତି

ଭୁବନେଶ୍ବର: ବିଧାନସଭା ଆଗରେ ହାଇଡ୍ରାମା । କିରୋସିନ ଢାଳି ସ୍ୱାମୀ, ସ୍ତ୍ରୀଙ୍କ ଆତ୍ମାହୁତି ଉଦ୍ୟମ । ବିଧାନସଭା ଅଧିବେଶନ ଚାଲୁଥିବା ବେଳେ ମୁଖ୍ୟ ଫାଟକ ଆଗରେ ଆଜି ଏପରି ଘଟଣା ଦେଖିବାକୁ ମିଳିଛି । ଆତ୍ମାହୁତି ଉଦ୍ୟମ ବେଳେ ଉଭୟଙ୍କୁ ପୁଲିସ କାବୁ କରିଛି ଏବଂ କିରୋସିନ ଓ ଦିଆସିଲ ଜବତ କରାଯାଇଛି ।

ଆତ୍ମହତ୍ୟା ଉଦ୍ୟମ କରୁଥିବା ଦମ୍ପତି ନୟାଗଡ଼ର ବୋଲି ଜଣାପଡିଛି । ତେବେ ଦୁହେଁ ୫ ବର୍ଷର ଝିଅ ହତ୍ୟା ମାମଲାରେ ନ୍ୟାୟ ନପାଇବାରୁ ଆତ୍ମହତ୍ୟା ଉଦ୍ୟମ କରିଥିଲେ ।  ଦମ୍ପତିଙ୍କ କହିବା ମୁତାବକ, ତାଙ୍କ ଝିଅ ପରିକୁ ମାରିଦିଆଯାଇଛି ।  କିଡନୀ,  ଆଖି ବିକି ଦେଇଛନ୍ତି ହତ୍ୟାକାରୀ । ହେଲେ ଏଯାଏ ଅଭିଯୁକ୍ତକୁ ଗିରଫ କରାଯାଉ ନାହିଁ । ନ୍ୟାୟ ନମିଳିଲେ ଆତ୍ମହତ୍ୟା କରିବେ ବୋଲି ଦମ୍ପତି କହିଛନ୍ତି ।

 

ସମ୍ବନ୍ଧିତ ଖବର