ଋଣବୋଝ ସହି ନ ପାରି ଜୀବନ ହାରିଲେ ଦମ୍ପତି: ଉଭୟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Advertisment
ଚୋରି ସନ୍ଦେହରେ ଯୁବକଙ୍କୁ ବାଡ଼େଇ ବାଡ଼େଇ ମାରିଦେଲେ

kalinga tv

ଢେଙ୍କାନାଳ: ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ କାଙ୍କଡପାଳ ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା। ନିଜଘରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛି।
ସୂଚନା ଅନୁଯାୟୀ, ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ କାଙ୍କଡପାଳ ଗ୍ରାମରେ ଆଜି ସକାଳେ ଦମ୍ପତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଘରେ ଦଉଡ଼ି ଦେଇ ଦମ୍ପତି ଆତ୍ମହତ୍ୟା କରିଛନ୍ତି। ମୃତ ଦମ୍ପତି ସ୍ବାମୀ ବିଶିକେଶନ ସାହୁ ଏବଂ ସ୍ତ୍ରୀ ମାମାଲି ସାହୁ ବୋଲି ଜଣାପଡିଛି। ଝୁଲନ୍ତା ଅବସ୍ଥାରେ ଉଭୟଙ୍କ ମୃତଦେହ ଘରଛାତ ଉପର ଏକ ଆଜବେଷ୍ଟ ଘରୁ ଉଦ୍ଧାର ହୋଇଛି। ଆତ୍ମହତ୍ୟାର ପ୍ରକୃତ କାରଣ ଅସ୍ପଷ୍ଟ ରହିଥିବା ବେଳେ ହାତ ଉଧାରି, ଋଣ ବୋଝ ଏବଂ କିଡନି ରୋଗର ଅସହ୍ୟ ଯନ୍ତ୍ରଣା ସହି ନପାରି ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି। ପୁଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe