ଭୁବନେଶ୍ବର: ଆଜି ରାଜ୍ୟରୁ ୩୩୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୩୨ଜଣ ଚିହ୍ନଟଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୧୮୯ ଓ ସ୍ଥାନୀୟ ଅଞ୍ଚଳରୁ ୧୪୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩୫ଜଣ, ବାଲେଶ୍ବର ଜିଲ୍ଲାରୁ ୧୧ଜଣ, ବରଗଡ଼ରୁ ୧୫ଜଣ, ଭଦ୍ରକରୁ ୫ଜଣ, ବଲାଙ୍ଗୀରରୁ ୧୦ଜଣ, କଟକରୁ ୨୭ଜଣ, ଦେବଗଡ଼ରୁ ୨ଜଣ, ଢ଼େଙ୍କାନାଳରୁ ଜଣେ, ଗଜପତିରୁ ୨ଜଣ, ଗଞ୍ଜାମରୁ ୮ଜଣ, ଜଗତସିଂହପୁରରୁ ୭ଜଣ, ଯାଜପୁରରୁ ୯ଜଣ, ଝାରସୁଗୁଡ଼ାରୁ ୧୧ଜଣ, କଳାହାଣ୍ଡିରୁ ୭ଜଣ, କେନ୍ଦ୍ରାପଡ଼ାରୁ ୮ଜଣ, କେନ୍ଦୁଝରରୁ ୧୦ଜଣ, ଖୋର୍ଧାରୁ ୨୯ଜଣ, କୋରାପୁଟରୁ ୩ଜଣ, ମୟୁରଭଞ୍ଜରୁ ୨୨ଜଣ, ନବରଙ୍ଗପୁରରୁ ୩ଜଣ, ନୟାଗଡ଼ରୁ ୨ଜଣ, ନୂଆପଡ଼ାରୁ ୧୧ଜଣ, ପୁରୀରୁ ୨୧ଜଣ, ରାୟଗଡ଼ାରୁ ୩ଜଣ, ସମ୍ବଲପୁରରୁ ୧୧ଜଣ, ସୁବର୍ଣ୍ଣପୁରରୁ ଜଣେ, ସୁନ୍ଦରଗଡ଼ରୁ ୫୧ଜଣ ଓ ଷ୍ଟେଟପୁଲରୁ ୭ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜ୍ୟରେ ଏଯାବତ ୩୨୪୦୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ବି ୩୧୫୬ଜଣ କରୋନା ଆକ୍ରାନ୍ତ ସକ୍ରିୟ ଅଛନ୍ତି। ସେହିପରି ଏଯାବତ୍ ୩୧୯୦୬୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଟୁଇଟ କରି ସୂଚନା ଦେଇଛି।
  
 Follow Us