ଭୁବନେଶ୍ବର: ଆଜି ରାଜ୍ୟରୁ ୩୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୭୪ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୨୬ଜଣ ସ୍ଥାନୀୟ ଅଞ୍ଚଳର ରହିଥିବା ଜଣାପଡ଼ିଛି।
![]()
ଅନୁଗୁଳ ଜିଲ୍ଲାରୁ ୪୪ଜଣ ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୪ଜଣ, ବରଗଡ଼ରୁ ୧୧ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୧୨ଜଣ, କଟକରୁ ୨୦ଜଣ, ଦେବଗଡ଼ରୁ ଜଣେ, ଢ଼େଙ୍କାନାଳରୁ ୩ଜଣ, ଗଞ୍ଜାମରୁ ୪ଜଣ, ଜଗତସିଂହପୁରରୁ ୧୧ଜଣ, ଯାଜପୁରରୁ ୭ଜଣ, ଝାରସୁଗୁଡ଼ାରୁ ୩ଜଣ, କଳାହାଣ୍ଡିରୁ ୬ଜଣ, କେନ୍ଦ୍ରାପଡ଼ାରୁ ୧୧ଜଣ,କେନ୍ଦୁଝରରୁ ୨ଜଣ, ଖୋର୍ଧାରୁ ୩୬ଜଣ, କୋରାପୁଟରୁ ୪ଜଣ, ମୟୁରଭଞ୍ଜରୁ ୧୭ଜଣ, ନବରଙ୍ଗପୁରରୁ ୨ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୧୧, ପୁରୀରୁ ୧୯, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୫, ସୁବର୍ଣ୍ଣପୁରରୁ ଜଣେ, ସୁନ୍ଦରଗଡ଼ରୁ ୩୪ ଓ ଷ୍ଟେଟପୁଲରୁ ୯ଜଣ ଲେଖାଏଁ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଛନ୍ତି।
/sambad/media/post_attachments/240a9a86219002a42f7dd34e857037b7d126a15b6c9e09d46f15cf3efbee477d.jpg)
ଏଯାବତ ରାଜ୍ୟରେ ୩୨୪୩୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସୁଦ୍ଧା ୩୧୯୪୫୮ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏତଦ ବ୍ୟତୀତ ଏବେ ବି ୩୦୬୩ଜଣ କରୋନା ଆକ୍ରାନ୍ତ ସକ୍ରିୟ ରହିଛନ୍ତି।
  
 Follow Us