ରାଜ୍ୟରୁ ଚିହ୍ନଟ ହେଲେ ୨୬୩ ଜଣ ଆକ୍ରାନ୍ତ; କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୭୫୪୨ରେ ପହଞ୍ଚିଲା

ଭୁବନେଶ୍ବର: ରାଜ୍ୟରୁ ଆଜି ୨୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କ୍ବାରେଣ୍ଟାଇନ କେନ୍ଦ୍ରରୁ ୧୫୧ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୧୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

 

ତେବେ ଅନୁଗୁଳରୁ ୪୫ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୪ଜଣ, ବରଗଡ଼ରୁ ୩ଜଣ, ଭଦ୍ରକରୁ ୭ଜଣ, ବଲାଙ୍ଗୀରରୁ ୪ଜଣ, କଟକରୁ ୨୯ଜଣ, ଦେବଗଡ଼ରୁ ୪ଜଣ, ଗଞ୍ଜାମରୁ ୨ଜଣ, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୧୩ଜଣ, ଝାରସୁଗୁଡ଼ାରୁ ୨ଜଣ, କଳାହାଣ୍ଡିରୁ ୫ଜଣ, କେନ୍ଦ୍ରାପଡ଼ାରୁ ୧୪ଜଣ, କେନ୍ଦୁଝରରୁ ୮ଜଣ, ଖୋର୍ଧାରୁ ୧୫ଜଣ, ମୟୁରଭଞ୍ଜରୁ ୧୯ଜଣ, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୧୧ଜଣ, ପୁରୀରୁ ୧୬ଜଣ, ରାୟଗଡ଼ାରୁ ଦୁଇଜଣ, ସମ୍ବଲପୁରରୁ ୪ଜଣ, ସୁନ୍ଦରଗଡ଼ରୁ ୪୧ଜଣ ଓ ଷ୍ଟେଟପୁଲରୁ ୩ଜଣ ଲେଖାଏଁ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜ୍ୟରେ ଏଯାବତ ୩୨୭୫୪୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୨୨୬୪୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହିତ ଏବେ ବି ୨୯୯୧ଟି ସକ୍ରିୟ କରୋନା ମାମଲା ରହିଛି। ଏଣେ ରାଜ୍ୟରେ ୪ ସଂକ୍ରମିତଙ୍କର ପ୍ରାଣହାନି ଘଟିଛି।

ସମ୍ବନ୍ଧିତ ଖବର