ରାଜ୍ୟରୁ ୧୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରୁ ୧୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୧୫୦ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୯ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୧ଜଣ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଟୁଇଟ କରି ସୂଚନା ଦେଇଛି।

ଆଜି ଅନୁଗୁଳରୁ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବର ଜିଲ୍ଲାରୁ ୭ଜଣ, ବରଗଡ଼ ୧୮ଜଣ, ଭଦ୍ରକରୁ ୭ଜଣ, ବଲାଙ୍ଗୀରରୁ ୫ଜଣ, ବୌଦ୍ଧରୁ ୨ଜଣ, କଟକରୁ ୧୫ଜଣ, ଦେବଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଗଞ୍ଜାମରୁ ୩ଜଣ, ଜଗତସିଂହପୁରରୁ ୬ଜଣ, ଯାଜପୁରରୁ ୬ଜଣ, ଝାରସୁଗୁଡ଼ାରୁ ୮ଜଣ, କଳାହାଣ୍ଡିରୁ ୨ଜଣ,କନ୍ଧମାଳରୁ ୨ଜଣ, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ୪ଜଣ, ଖୋର୍ଧାରୁ ୪ଜଣ, ମୟୁରଭଞ୍ଜରୁ ଜଣେ, ନବରଙ୍ଗପୁରରୁ ୨ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୧୦, ସମ୍ବଲପୁରରୁ ୧୦ଜଣ,ସୁବର୍ଣ୍ଣପୁରରୁ ୨ଜଣ, ସୁନ୍ଦରଗଡ଼ରୁ ୨୨ଜଣ ଓ ଷ୍ଟେଟପୁଲରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଛନ୍ତି।ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜ୍ୟରୁ ୩୩୦୯୬୨ଜଣ କରୋନା ପଜିଟିଭ ଥିବା ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧିତ ଖବର