କୋଭିଡ୍‌ ପରିଚାଳନାକୁ ଉତ୍ତରଦାୟୀ କରିବା ଲାଗି ‘ମୋ ସରକାର’ କାର୍ଯ୍ୟକ୍ରମରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍‌ସିଂ ଜରିଆରେ ରାଜ୍ୟରେ କୋଭିଡ୍‌ ମୁକାବିଲା କାର୍ଯ୍ୟକ୍ରମ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି । କୋଭିଡ୍‌ ପରିଚାଳନାକୁ ଅଧିକ ଉତ୍ତରଦାୟୀ କରିବା ପାଇଁ ଏହାକୁ ‘ମୋ ସରକାର’ କାର୍ଯ୍ୟକ୍ରମରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । କୋଭିଡ୍‌ ରୋଗୀ ଏବଂ କୋଭିଡ୍‌ ଯୋଦ୍ଧାମାନଙ୍କ ସହିତ ନିୟମିତ ଯୋଗାଯୋଗରେ ରହିବାକୁ ଜିଲ୍ଲା କୋଭିଡ୍‌ ପର୍ଯ୍ୟବେକ୍ଷକ ଓ ବରିଷ୍ଠଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରୋଗୀ ଏବଂ କୋଭିଡ୍‌ ଯୋଦ୍ଧାଙ୍କ ସହ ନିୟମିତ ଯୋଗାଯୋଗରେ ରହିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ମାସ୍କ ବ୍ୟବହାର ନ କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ମଧ୍ୟ କୋଭିଡ୍‌ ଯୋଦ୍ଧା ଓ ରୋଗୀମାନଙ୍କଠାରୁ ମତାମତ ସଂଗ୍ରହ କରିବେ । ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। । ସେହିପରି ରୋଗୀଙ୍କ ପରିବାରକୁ ରୋଗୀର ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ସୂଚନା ଦେବା, କୋଭିଡ୍‌ ଯୋଦ୍ଧାମାନେ କିପରି ସଂକ୍ରମଣରୁ ସୁରକ୍ଷିତ ରହିବେ ସେଥିପାଇଁ ସେମାନଙ୍କୁ ଉପଯୁକ୍ତ ତାଲିମ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ଥାପିତ କୋଭିଡ୍‌ କେୟାର ହୋମର ତଦାରଖ ପାଇଁ ବ୍ୟବସ୍ଥା କରାଯିବା ଆବଶ୍ୟକ। ରାଜ୍ୟର ସବୁ ସ୍ୱାସ୍ଥ୍ୟପ୍ରତିଷ୍ଠାନ ଏବଂ ହଟ୍‌ସ୍ପଟ୍‌ ଜିଲ୍ଲାମାନଙ୍କରେ ଆଣ୍ଟିଜେନ ଟେଷ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀ, ମୁମ୍ବାଇ, କୋଲକାତା ଓ ଚେନ୍ନାଇ ପରି ହଟ୍‌ସ୍ପଟ୍‌ ନଗରୀମାନଙ୍କରୁ ଯେପରି କମ୍‌ ସଂଖ୍ୟାରେ ଟ୍ରେନ୍‌ ଓ ଉଡାଜାହାଜ ଆସିବ ସେଥିପାଇଁ କେନ୍ଦ୍ରସରକାରଙ୍କ ସହ ଯୋଗାଯୋଗରେ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଗତ ଜୁନ୍‌ ୨୯ ତାରିଖ ଦିନ ହୋଇଥିବା ସମୀଷା ବୈଠକରେ ମୁଖ୍ୟମନ୍ତ୍ରୀ କୋଭିଡ୍‌ ପରିଚାଳନା ପାଇଁ ଏକ ୯ ସୂତ୍ରୀ ପରାମର୍ଶ ଦେଇଥିଲେ । ଆଜିର ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶର କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା ହୋଇଥିଲା। ଆଲୋଚନାରୁ ଜଣାଯାଇଛି ଯେ ରାଜ୍ୟର ପ୍ରତିପଞ୍ଚାୟତରେ ଗ୍ରାମକଲ୍ୟାଣ ସମିତିସ୍ତରରେ ୪୭୬୧୩ଟି କୋଭିଡ୍‌ କେୟାରକମିଟି ଗଠନ କରାଯାଇଥିବା ବେଳେ ଏହାର ସଦସ୍ୟମାନଙ୍କ ତାଲିମ ମଧ୍ୟ ଶେଷ କରାଯାଇଛି।

ସେହିପରି ଗ୍ରାମପଞ୍ଚାୟତଗୁଡିକରେ ୪୯୨୧୮ ଶଯ୍ୟାବିଶିଷ୍ଟ ୫୪୮୦ କୋଭିଡ୍‌ ଗୃହ ସ୍ଥାପନ କରାଯାଇଛି। ୧୧୪ ଟି ପୌରାଞ୍ଚଳରେ ୨୦୩୫ଟି କୋଭିଡ୍‌ କେୟାର କମିଟି ଗଠନ କରାଯାଇଥିବା ବେଳେ ୫୯୫୬ଶଯ୍ୟାବିଶିଷ୍ଟ କୋଭିଡ୍‌ ଗୃହ ମ ଧ୍ୟସ୍ଥାପନ କରାଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନସଚିବ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟଉପଦେଷ୍ଟା, ପୁଲିସ ମହାନିର୍ଦ୍ଦେଶକ, ଉନ୍ନୟନକମିଶନର, ବିଭିନ୍ନ ବିଭାଗର ପ୍ରମୁଖସଚିବ ଓ ସଚିବ, ମୁଖ୍ୟମନ୍ତ୍ରୀଙ୍କସଚିବ (୫ଟି) ପ୍ରମୁଖ ଯୋଗ ଦେଇଥିଲେ।

ସମ୍ବନ୍ଧିତ ଖବର