ଗତ ୨୪ଘଣ୍ଟାରେ ରାଜ୍ୟରେ ୪୧,୪୫୨କରୋନା ନମୁନା ପରୀକ୍ଷା
ଭୁବନେଶ୍ୱର: ପୁଣି ୫୦ ହଜାରରୁ କମ୍ ହେଲା ରାଜ୍ୟରେ କୋଭିଡ୍ ନମୁନା ପରୀକ୍ଷା । ଗତ କିଛି ଦିନ ହେବ ରାଜ୍ୟରେ ୫୦ ହଜାରରୁ କମ୍ କରାଯାଉଥିବା ପରିଲକ୍ଷିତ ହୋଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୪୧,୪୫୨କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍, ଆଣ୍ଟିଜେନ୍ ଓ ଟ୍ରୁନଟ୍ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୫,୬୫୭ଟି ଆରଟିପିସିଆର ଏବଂ ୩୫, ୬୯୪ଟି ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନଟ୍ରେ ୧୦୧ଟି କରୋନା ନମୁନା ପରୀକ୍ଷା କରାଯାଇଛି। ଏଥିମଧ୍ୟରୁ କେନ୍ଦ୍ରାପଡ଼ା ଜିଲ୍ଲାରେ ସର୍ବାଧିକ ୪୫୨୦ କରୋନା ନମୁନା ପରୀକ୍ଷା କରାଯାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Sambad is now on WhatsApp
Join and get latest news updates delivered to you via WhatsApp
ସୂଚନାଯୋଗ୍ୟ ପୂର୍ବ ଦିନ ଗତ ୨୪ଘଣ୍ଟାରେ ରାଜ୍ୟରେ ୪୭,୬୩୪ କରୋନା ନମୁନା ପରୀକ୍ଷା କରାଯାଇଥିଲା। ଏହି ନମୁନା ପରୀକ୍ଷା ଆରଟିପିସିଆର୍, ଆଣ୍ଟିଜେନ୍ ଓ ଟ୍ରୁନଟ୍ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଥିଲା। ଏଥିମଧ୍ୟରୁ ୬,୬୪୮ଟି ଆରଟିପିସିଆର ଏବଂ ୪୦,୯୪୫ଟି ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନଟ୍ରେ ୪୧ଟି କରୋନା ନମୁନା ପରୀକ୍ଷା କରାଯାଇଥିଲା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।