ଭୁବନେଶ୍ବର: ରାଜ୍ୟରେ ୨୪ଘଣ୍ଟାରେ ୫୭,୮୭୭ଟି କରୋନା ନମୁନା ପରୀକ୍ଷା କରାଯାଇଥିବାର ସୂଚନା ମିଳିଛି । ଏହି ନମୁନା ପରୀକ୍ଷା ଆରଟିପିସିଆର୍, ଆଣ୍ଟିଜେନ୍ ଓ ଟ୍ରୁନଟ୍ ପଦ୍ଧତିରେ କରାଯାଇଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ଏଥିମଧ୍ୟରୁ - ୫୧,୭୦୭ଟି ଆଣ୍ଟିଜେନ, ୫୯୯୪ଟି ଆରଟିପିସିଆର ଓ ୧୭୬ଟି ଟ୍ରୁନଟ୍ ନମୁନା ପରୀକ୍ଷା ହୋଇଛି ।
ପ୍ରାପ୍ତ ସୂଚନା ଅନୁଯାୟୀ, ଗତ ୨୪ଘଣ୍ଟାରେ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୧୧ହଜାର ୬୦୭, କେନ୍ଦୁଝର ଜିଲ୍ଲାରେ ଦ୍ବିତୀୟ ସର୍ବାଧିକ ୧୦,୧୪୪ ଓ ମୟୂରଭଞ୍ଜ ଜିଲ୍ଲାରେ ତୃତୀୟ ସର୍ବାଧିକ ୭,୫୪୫ଟି କରୋନା ନମୁନା ପରୀକ୍ଷା କରାଯାଇଛି। ଏହାଛଡ଼ା କେନ୍ଦ୍ରାପଡ଼ା ଜିଲ୍ଲାରେ ୭୪୪୬ ଓ ସୁନ୍ଦରଗଡ଼ ଜିଲ୍ଲାରେ ୨୨୬୪ଟି ନମୁନା ପରୀକ୍ଷା ହୋଇଛି ।
ପୂର୍ବ ଅପେକ୍ଷା ଏବେ କରୋନା ପରୀକ୍ଷା ହାରକୁ ବଢ଼ାଇ ଦିଆଯାଇଛି। କରୋନାକୁ ଚିହ୍ନି, ତାହାର ତୁରନ୍ତ ଚିକିତ୍ସା ପାଇଁ ପରୀକ୍ଷା ହାରକୁ ବଢ଼ାଇଛନ୍ତି ଓଡ଼ିଶା ସରକାର। ଗତ କିଛି ଦିନ ହେବ ରାଜ୍ୟ ସରକାର ୫୦ ହଜାରରୁ ଅଧିକ ନମୁନା ପରୀକ୍ଷା କରିବା ଲାଗି ବ୍ୟବସ୍ଥା କରିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/08/kovid-test-medcitynews-5.png)