ଗତ ୨୪ଘଣ୍ଟାରେ ରାଜ୍ୟରେ ୪୮,୧୪୬ କରୋନା ନମୁନା ପରୀକ୍ଷା

ଭୁବନେଶ୍ୱର: ପୁଣି ୫୦ ହଜାରରୁ କମ୍ ହେଲା ରାଜ୍ୟରେ କୋଭିଡ୍‌ ନମୁନା ପରୀକ୍ଷା । ଗତ କିଛି ଦିନ ହେବ ରାଜ୍ୟରେ ୫୦ ହଜାରରୁ କମ୍ କରାଯାଉଥିବା ପରିଲକ୍ଷିତ ହୋଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୪୮,୧୪୬ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୮,୪୦୭ଟି ଆରଟିପିସିଆର ଏବଂ ୩୯,୬୨୮ ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନଟ୍‌ରେ ୧୧୧ଟି କରୋନା ନମୁନା ପରୀକ୍ଷା କରାଯାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ ପୂର୍ବ ଦିନ ରାଜ୍ୟରେ ୫୧,୮୨୪ କରୋନା ନମୁନା ପରୀକ୍ଷା କରାଯାଇଥିଲା। ଏଥିମଧ୍ୟରୁ ଆଣ୍ଟିଜେନରେ ୪୨,୩୬୬, ଆରଟିପିସିଆରରେ ୯,୩୫୨, ଟ୍ରୁନଟରେ ୧୦୬ଟି କରୋନା ନମୁନା ପରୀକ୍ଷା କରାଯାଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।
ଉଲ୍ଲେଖଯୋଗ୍ୟ, ଗତ ୧୪ ତାରିଖରେ କରୋନା ନମୁନା ପରୀକ୍ଷା ୪୩ ହଜାରକୁ ଖସି ଆସିଥିଲା। ମାତ୍ର ଗତ ୧୫ ତାରିଖରେ ୫୧,୩୨୦ ପରୀକ୍ଷା ହୋଇଥିଲା। ଏଥିରେ ୯ହଜାରରୁ ଅଧିକ ଆର୍‌ଟି-ପିସିଆର ପରୀକ୍ଷା କରାଯାଇଥିଲା।

ସମ୍ବନ୍ଧିତ ଖବର