ରାଜ୍ୟରୁ ପୁଣି ୩୧୫ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୨ ସଂକ୍ରମିତଙ୍କର ପ୍ରାଣହାନି

ଭୁବନେଶ୍ବର: ଆଜି ରାଜ୍ୟରୁ ୩୧୫ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ କ୍ବାରେଣ୍ଟାଇନ କେନ୍ଦ୍ରରୁ ୧୮୧ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୩୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ସହ ଦୁଇ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

ଚିହ୍ନଟ ସଂକ୍ରମିତ ମଧ୍ୟରୁ ଅନୁଗୁଳରୁ ୨୦ଜଣ, ବାଲେଶ୍ବରରୁ ୧୫ଜଣ, ବରଗଡ଼ରୁ ୧୪ଜଣ, ଭଦ୍ରକରୁ ୧ଜଣ, ବଲାଙ୍ଗୀରରୁ ୪୦ଜଣ, କଟକରୁ ୪୧ଜଣ, ଦେବଗଡ଼ରୁ ୨ଜଣ, ଢ଼େଙ୍କାନାଳରୁ ଜଣେ,  ଗଞ୍ଜାମରୁ ୩ଜଣ, ଜଗତସିଂହପୁରରୁ ୫ଜଣ, ଯାଜପୁରରୁ ୧୫ଜଣ, ଝାରସୁଗୁଡ଼ାରୁ ୭ଜଣ, କଳାହାଣ୍ଡିରୁ ୨ଜଣ, କେନ୍ଦ୍ରାପଡ଼ାରୁ ୧୦ଜଣ, କେନ୍ଦୁଝରରୁ ୭ଜଣ, ଖୋର୍ଧାରୁ ୨୪ଜଣ, କୋରାପୁଟରୁ ୩ଜଣ, ମାଲକାନଗିରିରୁ ୨ଜଣ, ମୟୁରଭଞ୍ଜରୁ ୧୭ଜଣ, ନୟାଗଡ଼ରୁ ୪ଜଣ, ନୂଆପଡ଼ାରୁ ୨୬ଜଣ, ସମ୍ବଲପୁରରୁ ୨୬ଜଣ, ସୁବର୍ଣ୍ଣପୁରରୁ ୨ଜଣ, ସୁନ୍ଦରଗଡ଼ରୁ ୧୭ଜଣ, ପୁରୀରୁ ଜଣେ, ରାୟଗଡ଼ାରୁ ଜଣେ ଓ ଷ୍ଟେଟପୁଲରୁ ୬ଜଣ ଲେଖାଏଁ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଏଯାବତ ୩୨୯୬୩୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ବି ୨୫୯୨ଟି ସକ୍ରିୟ ମାମଲା ରହିଛି। ରାଜ୍ୟରୁ ଏଯାବତ ୩୨୫୧୦୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଟୁଇଟ କରିଛି।

ସମ୍ବନ୍ଧିତ ଖବର