କାଲିଠାରୁ ରାଜ୍ୟରେ କରୋନା ଟିକାର ଡ୍ରାଏ ରନ୍‌: ୩ ଲକ୍ଷ ୭୦ ହଜାର ସ୍ୱାସ୍ଥ୍ୟକର୍ମୀଙ୍କୁ ଦିଆଯିବ ଟିକା

ଭୁବନେଶ୍ବର: ଆସନ୍ତାକାଲି ଠାରୁ ରାଜ୍ୟରେ କରୋନା ଟିକାର ଡ୍ରାଏ ରନ୍ । ପ୍ରାଥମିକ ପର୍ଯ୍ୟାୟରେ ୩ ଲକ୍ଷ ୭୦ ହଜାର ସ୍ୱାସ୍ଥ୍ୟକର୍ମୀଙ୍କୁ କରୋନା ଭାକ୍ସିନ ଦିଆଯିବ । ଟିକାର ଡ୍ରାଏ ରନ୍ କରିବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର ବନ୍ଦୋବସ୍ତ କରିଛନ୍ତି । ଏନେଇ ଡିଏମ୍ଇଟି ସିବିକେ ମହାନ୍ତିଙ୍କ ସୂଚନା ଦେଇଛନ୍ତି ।

କ୍ୟାପିଟାଲ ହସ୍ପିଟାଲ ସମେତ ରାଜ୍ୟର ୩୦ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏହା କାର୍ଯ୍ୟକାରୀ ହେବ । ଏଥିପାଇଁ ଜାଗା ଚିହ୍ନଟ କରାଯାଇଛି । ପ୍ରତ୍ୟେକ ଟିକାକରଣ କେନ୍ଦ୍ରରେ ୨୫ ଜଣ ସ୍ୱାସ୍ଥ୍ୟକର୍ମୀଙ୍କୁ ସାମିଲ କରାଯିବ । ସବୁ ଟିକାକରଣ କେନ୍ଦ୍ରରେ ଜଣେ ଭ୍ୟାକ୍ସିନେଟରଙ୍କୁ ମିଶାଇ ୫ ଜଣିଆ ଟିମ୍ ଉପସ୍ଥିତ ରହିବେ । ଡ୍ରାଏ ରନ୍ ସମୟରେ କୋଭିଡ୍-୧୯ର ସମସ୍ତ ନିୟମ ପାଳନ କରାଯିବ । ଜାନୁଆରୀ ୨ ତାରିଖରୁ ଅର୍ଥାତ ଆସନ୍ତାକାଲି ଦେଶର ସମସ୍ତ ରାଜ୍ୟରେ କୋଭିଡ୍ ଟିକାର ଡ୍ରାଏ ରନ୍ ଆରମ୍ଭ ହେବ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଥିଲା ।

ଡ୍ରାଏ ରନ୍ ସମୟରେ କୋଭିଡ୍-୧୯ର ସମସ୍ତ ନିୟମ ପାଳନ କରାଯିବ । ପ୍ରଥମ ପର୍ଯ୍ୟାୟରେ ଦେଶର ୪ଟି ରାଜ୍ୟରେ ହୋଇଥିବା ଭାକସିନ୍ ଡ୍ରାଏ ରନ୍ ସଫଳ ହେବା ପରେ ଏହି ନିଷ୍ପତି ନେଇଛନ୍ତି କେନ୍ଦ୍ର ସରକାର । ପ୍ରଥମ ପର୍ଯ୍ୟାୟରେ ଆନ୍ଧ୍ରପ୍ରଦେଶ, ଆସାମ, ଗୁଜରାଟ ଓ ପଂଜାବର ୨ଟି ଲେଖାଏଁ ଜିଲ୍ଲାରେ ଡିସେମ୍ୱର ୨୮ ଓ ୨୯ ତାରିଖ ଦୁଇ ଦିନ ଧରି ହୋଇଥିଲା ଭାକସିନ୍ ର ଡ୍ରାଏରନ୍ ।

ସମ୍ବନ୍ଧିତ ଖବର