ଭୁବନେଶ୍ବର: ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ଘରୋଇ ସୁରକ୍ଷା କର୍ମୀ ଚିତ୍ତରଞ୍ଜନ ପଲେଇ (୨୨)ଙ୍କ ମୃତ୍ୟୁର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତାଙ୍କୁ କିଏ ଏବଂ କାହିଁକି ହତ୍ୟା କଲା, ଏହା ପଛର କାରଣ ଖୋଜିବ କ୍ରାଇମବ୍ରାଞ୍ଚ। ଆଜି ପୁଲିସ ଡିଜି ଅଭୟ ଚିତ୍ତରଞ୍ଜନଙ୍କ ହତ୍ୟାକାରୀକୁ ଖୋଜିବାର ଦାୟିତ୍ବ କ୍ରାଇମବ୍ରାଞ୍ଚକୁ ଦେଇଛନ୍ତି। ଡିଜିପି କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଛି। ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚ ତତକ୍ଷଣାତ ଗ୍ରହଣ କରିଛି। ଅନ୍ୟପକ୍ଷରେ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ସହଯୋଗୀ ଚିତ୍ତରଞ୍ଜନଙ୍କ ମୃତ୍ୟୁକୁ ନେଇ ଉଭୟ ରାଜ୍ୟ ସରକାର ଓ ସଞ୍ଜୟଙ୍କୁ ଘେରିଛନ୍ତି ବିରୋଧୀ ।

Advertisment

publive-image

ଉଲେ୍‌ଲଖଯୋଗ୍ୟ, ଗତ ୧୧ ତାରିଖରେ ଚିତ୍ତରଞ୍ଜନ ଭୋଜି କରିବାକୁ ଯାଇ ଆଉ ଫେରି ନଥିଲେ । ଡିସେମ୍ବର ୧୩ରେ ପୁରୀ ସଦର ଥାନା ଅନ୍ତର୍ଗତ ଭାର୍ଗବୀ-ନୂଆନଈଠାରେ ଚିତ୍ତରଞ୍ଜନଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ପରଦିନ ସକାଳେ ଭାର୍ଗବୀ-ନୂଆନଈରେ ଏକ ଶବ ଭାସୁଥିବାର ଲୋକେ ଦେଖିବାକୁ ପାଇଥିଲେ। ସେମାନେ ସ୍ଥାନୀୟ ପୁଲିସକୁ ଖବର ଦେବା ପରେ ଘଟଣାସ୍ଥଳରୁ ପୁଲିସ ଚିତ୍ତରଞ୍ଜନ ପଲେଇଙ୍କ ମୃତଦେହ ଉଦ୍ଧାର କରିଥିଲା। ଚିତ୍ତରଞ୍ଜନ ପଲେଇ ଗତ ୪ ମାସ ତଳେ ବିବାହ କରିଥିଲେ। ୨ ଦିନ ହେବ ସେ ନିଖୋଜ ଥିଲେ। ଚିତ୍ତରଞ୍ଜନଙ୍କୁ ତାଙ୍କ ସାଙ୍ଗମାନେ ଅପହରଣ ପରେ ହତ୍ୟା କରିଥିବା ଅଭିଯୋଗ କରି ତାଙ୍କ ବଡ଼ବାପା ପୂର୍ଣ୍ଣଚନ୍ଦ୍ର ପଲେଇ ପୁରୀ ସଦର ଥାନାରେ ଏତଲା ଦେଇଥିଲେ। ଏହାପରେ ଏହି ଘଟଣାରେ ୩ ଜଣଙ୍କୁ ଅଟକ ରଖି ପୁଲିସ ପଚରାଉଚରା କରିଥିଲା। ଟଙ୍କା ପାଇଁ ଚିତରଞ୍ଜନଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି ।