ପୁଲିସ ଏଏସଆଇ ଗୋପାଳ ଦାସକୁ ଗିରଫ କଲା କ୍ରାଇମବ୍ରାଞ୍ଚ, ୭ ଦିନିଆ ରିମାଣ୍ଡରେ ଆଣିବାକୁ ଯୋଜନା

ନବ ଦାସଙ୍କୁ ଗୁଳିମାଡ଼ ଘଟଣା: ଏତଲା ଦେଲେ ବ୍ରଜରାଜନଗର ଥାନା ଅଧିକାରୀ

ଝାରସୁଗୁଡା/ଭୁବନେଶ୍ୱର: ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାରି ହତ୍ୟା କରିଥିବା ପୁଲିସ ଏଏସଆଇ ଗୋପାଳ ଦାସଙ୍କୁ ଗିରଫ କରାଯାଇଛି ବୋଲି କ୍ରାଇମବ୍ରାଞ୍ଚ ସ୍ପଷ୍ଟ କରିଛି | ଏହାସହ ଘଟଣାସ୍ଥଳର ଯାଞ୍ଚ କରାଯାଇଥିବାବେଳେ ଅଭିଯୁକ୍ତ ଗୋପାଳ ଦାସଙ୍କୁ ୭ ଦିନିଆ ରିମାଣ୍ଡରେ ଆଣିବାକୁ ଆବେଦନ କରାଯିବ ବୋଲି କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଛି | କେଉଁ କାରଣ ପାଇଁ ଗୁଳି କଲେ ଓ ପୂର୍ବ ଶତ୍ରୁତା ଥିଲା କି ନାହିଁ ସେ ନେଇ ତଦନ୍ତ ଚାଲିଛି ବୋଲି କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଥିବାବେଳେ ଗୋପାଳ ନବ ଦାସଙ୍କ ପିଏସଓ ନଥିବା ସୂଚନା ଦିଆଯାଇଛି | ତେବେ ଗୋପାଳ ଦାସଙ୍କୁ କିଭଳି କୋର୍ଟରେ ହାଜର କରାଯିବ ସେନେଇ ଆଜି ଏକ ଉଚ୍ଚସ୍ତରୀୟ ବୈଠକ ବସିଛି |

ଗୋପାଳଙ୍କୁ ପ୍ରତ୍ୟକ୍ଷ ବା ଭିସିରେ କୋର୍ଟରେ ହାଜର କରାଯିବ ସେନେଇ ବୈଠକ ବସିଛି | ଗୋପାଳଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଭିସିରେ ହାଜର କରାଯିବାର ସମ୍ଭାବନା ବଢିଛି | ଉଲ୍ଲେଖ ଥାଉ କି ଗତକାଲି ରାତିରେ କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ସୁନ୍ଦରଗଡ଼ ଆସି ପୁଲିସ ବାରାକରେ ରଖା ଯାଇଥିବା ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସଙ୍କୁ ୨ ଘଣ୍ଟା ପଚରାଉଚରା କରିଥିଲେ। ଗୋପାଳଙ୍କୁ ୫୦ରୁ ଅଧିକ ପ୍ରଶ୍ନ କରିଛନ୍ତି କ୍ରାଇମବ୍ରାଞ୍ଚ ଅଧିକାରୀ। ତେବେ ଗୋପାଳ ହତ୍ୟା ସମ୍ପର୍କରେ କଣ କହିଛନ୍ତି, ପ୍ରଶ୍ନଗୁଡ଼ିକର କି ଉତ୍ତର ରଖିଛନ୍ତି, ମନ୍ତ୍ରୀ ନବ ଦାସଙ୍କୁ କାହିଁକି ହତ୍ୟା କଲେ ସେ ସମ୍ପର୍କରେ କିଛି ଜଣାପଡ଼ିନାହିଁ। ଗଣମାଧ୍ୟମ ଆଗରେ ମୁହଁ ଖୋଲି ନାହାନ୍ତି ଏଡିଜି ଅରୁଣ ବୋଥ୍ରା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe