ଝାରସୁଗୁଡ଼ା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଜେଏମଏଫସି କୋର୍ଟରେ କ୍ରାଇମବ୍ରାଞ୍ଚ ଚାର୍ଜସିଟ ଦାଖଲ କରିଥିବା ଜଣାଯାଇଛି। ମାମଲାର ତଦନ୍ତକାରୀ ଅଧିକାରୀ ଡିଏସପି ରମେଶ ଦୋରା ପହଞ୍ଚି ଜେଏମଏଫସିଙ୍କ ନିକଟରେ ଚାର୍ଜସିଟ ଦାଖଲ କରିଛନ୍ତି। ସେହି ସମୟରେ ସଦର ଏସଡିପିଓ ନିର୍ମଳ ମହାପାତ୍ର ମଧ୍ୟ ଉପସ୍ଥିତ ଥିବାର ସୂଚନା ରହିଛି। ଆଜି ଡିଏସପି ରମେଶ ଦୋରାଙ୍କ ନେତୃତ୍ବରେ ୩ଜଣିଆ କ୍ରାଇମବ୍ରାଞ୍ଚ ଟିମ୍ କୋର୍ଟରେ ପହଞ୍ଚିଥିଲେ।
ମାମଲାର ମୁଖ୍ୟ ଅଭିଯୁକ୍ତ ପୁଲିସ ଏଏସ୍ଆଇ ଗୋପାଳକୃଷ୍ଣ ଦାସଙ୍କୁ ଦୋଷୀ ସାବ୍ୟସ୍ତ କରିବା ପାଇଁ କ୍ରାଇମବ୍ରାଞ୍ଚ ସମସ୍ତ ପ୍ରକାର ସାଇଣ୍ଟିଫିକ୍ ତଥା ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନକୁ ଭିତ୍ତିକରି ଅଭିଯୋଗ ଫର୍ଦ୍ଦ ପ୍ରସ୍ତୁତ କରିଥିବା ଜଣାପଡ଼ିଛି। ତେବେ କ୍ରାଇମବ୍ରାଞ୍ଚ ଯେଉଁ ଚାର୍ଜସିଟ୍ ଦାଖଲ କରିଛି, ତାହ କେତେ ପୃଷ୍ଠା ସମ୍ବଳିତ ଏବଂ ସେଥିରେ କଣ ସବୁ ଉଲ୍ଲେଖ ରହିଛି, ତାହା ଉପରେ ରହିଛି ନଜର।
ସୂଚନାଯୋଗ୍ୟ ଗତ ଜାନୁଆରି ୨୯ ତାରିଖରେ ତତ୍କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରାଯାଇଥିଲା। ଅଭିଯୁକ୍ତ ଗୋପାଳକୁ ଘଟଣାସ୍ଥଳରୁ ପିସ୍ତଲ ସହ ପୁଲିସ ଗିରଫ କରିବାରେ ସକ୍ଷମ ହୋଇଥିଲା । ଗୋପାଳର ଗୁଜରାଟ ଗାନ୍ଧୀନଗର ସ୍ଥିତ ଫରେନସିକ୍ ଲ୍ୟାବରେ ପଲିଗ୍ରାଫ୍ ଓ ନାର୍କୋ ଟେଷ୍ଟ କରାଯାଇଥିଲା । ଦିଲ୍ଲୀ ଫରେନସିକ୍ ଲ୍ୟାବ୍ର ବିଶେଷଜ୍ଞଙ୍କ ଦ୍ୱାରା ଝାରସୁଗୁଡ଼ାରେ ଗୋପଳର ହୋଇଥିବା ଏଲ୍ଭିଏ ଟେଷ୍ଟର ମଧ୍ୟ ତର୍ଜମା କରାଯାଇଥିଲା । ଏସସିବି ମାନସିକ ଚିକିତ୍ସା ପ୍ରତିଷ୍ଠାନର ୫ ଜଣିଆ ବିଶେଷଜ୍ଞ ଟିମର ଯାଞ୍ଚ ସହ ନିମହାନ୍ସ ବିଶେଷଜ୍ଞ ଦଳ ମଧ୍ୟ ମାନସିକ ସ୍ଥିତିର ପରୀକ୍ଷା କରିଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/05/jaj-1.jpg)