ଅଧିକ ପଚରାଉଚରା ପାଇଁ ଆକାଶ ପାଠକଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା କ୍ରାଇମ୍‌ବ୍ରାଞ୍ଚ

ଅଧିକ ପଚରାଉଚରା ପାଇଁ  ଆକାଶ ପାଠକଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର: ଠକେଇ, ଜାଲିଆତି ଓ ଷଡଯନ୍ତ୍ର ମାମଲରେ ଅଧିକ ଖୋଳତାଡ ପାଇଁ କ୍ରାଇମ୍‌ବ୍ରାଞ୍ଚ ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଛି। ଆଜି କୋର୍ଟରେ ହାଜର ହୋଇଥିଲେ ପାଠକ ବାପ-ପୁଅ । ଭୁବନେଶ୍ୱର ଏସଡ଼ିଜେଏମ୍ କୋର୍ଟରେ ହାଜର ହେବା ପରେ ତାଙ୍କୁ ଆଜି ରିମାଣ୍ଡରେ ନିଆଯାଇଛି ।

ସୂଚନାଯୋଗ୍ୟ, ଆଜି ପୂର୍ବାହ୍ନରେ ବାପ-ପୁଅ ଅଭୟକାନ୍ତ ପାଠକ ଏବଂ ପୁଅ ଆକାଶ ପାଠକଙ୍କୁ ଭୁବନେଶ୍ୱର ଏସଡ଼ିଜେଏମ୍‌ କୋର୍ଟରେ ହାଜର କରାଯାଇଥିଲା। ଆକାଶଙ୍କ ନୂଆ ମାମଲାକୁ ନେଇ କୋର୍ଟଙ୍କୁ ଅବଗତ କରାଯାଇଥିଲା। ଏହା ସହ ୬୫ ଲକ୍ଷ ଠକେଇ ମାମଲା ମଧ୍ୟ କୋର୍ଟଙ୍କୁ ଅବଗତ କରାଯାଇଥିଲା। ଟଙ୍କା ଠକେଇ ନେଇ ଖାରବେଳ ଥାନାରେ ମାମଲା ରହିଛି। ଆକାଶଙ୍କ ବିରୋଧରେ ଆଇପିସିର ୪୧୯, ୪୨୦, ୪୬୮, ୪୭୧ ୫୦୬, ୩୪  ଦଫା ଲାଗିଛି।

କୋର୍ଟରେ ହାଜର ବେଳେ ଆକାଶ ପାଠକ କହିଥିଲେ ଯେ ତାଙ୍କ ପାଖରେ ସବୁ ପ୍ରମାଣ ଅଛି, ସେ କୋର୍ଟରେ ଦେବେ। ଏହା ସହ ସେ କାହାକୁ ଠକି ନ ଥିବା ମଧ୍ୟ କହିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe