ନବ ଦାସଙ୍କ ହତ୍ୟା ମାମଲା: ପୁଣି ୪ ଦିନ ରିମାଣ୍ଡରେ ଯିବେ ଗୋପାଳ ଦାସ

Advertisment
ନବ ଦାସଙ୍କ ହତ୍ୟା ମାମଲା: ପୁଣି ୪ ଦିନ ରିମାଣ୍ଡରେ ଯିବେ ଗୋପାଳ ଦାସ

ଝାରସୁଗୁଡ଼ା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳ ଦାସଙ୍କ ରିମାଣ୍ଡ ଆଉ ୪ ଦିନ ବଢିଛି। ଗୋପାଳ ଦାସଙ୍କୁ ଆଉ ୪ ଦିନ ରିମାଣ୍ଡରେ ନେବା ପାଇଁ କୋର୍ଟ କ୍ରାଇମବ୍ରାଞ୍ଚକୁ ଅନୁମତି ଦେଇଛନ୍ତି। ଆଜି ପ୍ରଥମ ଦଫା  ରିମାଣ୍ଡ ଶେଷ ହୋଇଥିଲା। ଏହାପରେ ପୁଣି କ୍ରାଇମବ୍ରାଞ୍ଚ ଗୋପାଳ ଦାସଙ୍କୁ ଆଉ ୯ ଦିନ ରିମାଣ୍ଡରେ ନେବା ପାଇଁ କୋର୍ଟଙ୍କୁ ନିବେଦନ କରିଥିଲା। ହେଲେ ଆଉ ୪ ଦିନ ରିମାଣ୍ଡରେ ନେବା ପାଇଁ କୋର୍ଟ କ୍ରାଇମବ୍ରାଞ୍ଚକୁ ଅନୁମତି ଦେଇଛନ୍ତି।

ସୂଚନାଯୋଗ୍ୟ,  ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାରି ହତ୍ୟା କରିଥିବା ପୁଲିସ ଏଏସଆଇ ଗୋପାଳ ଦାସଙ୍କୁ ଗିରଫ କରାଯାଇଛି ବୋଲି କ୍ରାଇମବ୍ରାଞ୍ଚ ସ୍ପଷ୍ଟ କରିଥିଲା। କେଉଁ କାରଣ ପାଇଁ ଗୁଳି କଲେ ଓ ପୂର୍ବ ଶତ୍ରୁତା ଥିଲା କି ନାହିଁ ସେ ନେଇ ତଦନ୍ତ ଚାଲିଛି ବୋଲି କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଥିବାବେଳେ ଗୋପାଳ ନବ ଦାସଙ୍କ ପିଏସଓ ନଥିବା ସୂଚନା ଦିଆଯାଇଥିଲା | ଏହାସହ ଘଟଣାସ୍ଥଳର ଯାଞ୍ଚ କରାଯାଇଥିବାବେଳେ ଅଭିଯୁକ୍ତ ଗୋପାଳ ଦାସଙ୍କୁ ୭ ଦିନିଆ ରିମାଣ୍ଡରେ ଆଣିବାକୁ ଆବେଦନ କରାଯାଇଥିଲା।  ତେବେ ଗୋପାଳ ଦାସଙ୍କୁ  କୋର୍ଟରେ ହାଜର କରାଯିବା ପରେ ଗୋପାଳ ଦାସଙ୍କୁ ୪ ଦିନ ରିମାଣ୍ଡରେ ନେବା ପାଇଁ କୋର୍ଟ କ୍ରାଇମବ୍ରାଞ୍ଚକୁ ଅନୁମତି ଦେଇଥିଲେ। ଏଥର ପୁଣି ରିମାଣ୍ଡରେ ଆଣି କ୍ରାଇମବ୍ରାଞ୍ଚ ଗୋପାଳ ଦାସଙ୍କଠାରୁ କେଉଁ କଥା ଜାଣିବାକୁ ଚେଷ୍ଟା କରୁଛି, ତାହା ଦେଖିବାକୁ ବାକି ରହିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe