ଭିତରକନିକାରେ ୧୭୮୪ରେ ପହଞ୍ଚିଲା କୁମ୍ଭୀର ସଂଖ୍ୟା

ରାଜନଗର : ବଉଳା କୁମ୍ଭୀରଙ୍କ ଭୂସ୍ବର୍ଗ ଭିତରକନିକା ଜାତୀୟ ଉଦ୍ୟାନରେ ଏ ବର୍ଷ କୁମ୍ଭୀର ସଂଖ୍ୟା ବୃଦ୍ଧି ପାଇଛି। ଗତବର୍ଷ ଭିତରକନିକା ମଧ୍ୟରେ ଓ ବାହାରେ ଥିବା ନଦୀ, ନାଳଗୁଡିକରେ ୧୭୬୮ଟି ବଉଳା କୁମ୍ଭୀର ଥିବା ବେଳେ ଏ ବର୍ଷ ଏହି ସଂଖ୍ୟା ୧୭୮୪କୁ ବୃଦ୍ଧିପାଇଛି। ଏ ବର୍ଷ ଭିତରକନିକାରେ କନିକା ରେଂଜର ପଟ୍ଟାପାରିଆ, ଖୋଳା ମୁହଁ, ବାଲିଯୋର, ମହିଁଷାମଡା, ଗୁପ୍ତି, ବାଉଁଶଗଡ ନଈ, ଅଙ୍ଗାରୀ କ୍ରିକ୍ ନିକଟରେ ୨୦ଫୁଟରୁ ଅଧିକ ବଉଳା କୁମ୍ଭୀରକୁ ବନବିଭାଗ ଗଣନା ଟିମ୍ ଠାବ କରିଛି। ଏହି କୁମ୍ଭୀରମାନଙ୍କର ବୟସ ୧୦୦ ରୁ ୧୨୦ ବର୍ଷ ହେବ ବୋଲି ଜଣାପଡିଛି।

ଏଥିସହ ଜୟନଗର-ଖୋଳା ମଝି ବାଲିପଠା, ଥାନପତି ମାଉଥ୍, ଗଞ୍ଜେଇଖିଆ, ଶୁଆଯୋର, ଗୋଧରାପାଳ, ଗୁମୁରା ଗାଁ ନିକଟରେ ୧୫ଫୁଟରୁ ଇଙ୍ଗ କୁମ୍ଭୀର ଠାବ କରାଯାଇଥିବା ବନବିଭାଗ ସୂତ୍ରରୁ ଜଣାପଡିଛି। ଏଥିସହ କୁମ୍ଭୀର ଗଣନା ସମୟରେ ଭିତରକନିକା ନଦୀନାଳରେ ଧଳା କୁମ୍ଭୀର ଦେଖିବାକୁ ମିଳିଥିଲା। ଗୋପାଳଜିଉପାଟଣା, କାଳିଭଂଜଡିଆ, ଶାଗୁଣାଚର ଓ ଭିତରକନିକା ନଦୀରେ ବଡ଼ ଧଳା କୁମ୍ଭୀର ସହିତ ଶାବକଙ୍କୁ ଦେଖିବାକୁ ମିଳିଥିଲା। ପ୍ରାକୃତିକ ପରିବେଶରେ ଏତେ ସଂଖ୍ୟକ ଧଳା କୁମ୍ଭୀର ସବୁଠୁ ଅଧିକ ବୋଲି କୁହାଯାଉଛି।

ସମ୍ବନ୍ଧିତ ଖବର