କଟକ ସହରରୁ ଆଜି ୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ସହରରୁ ଆଜି ୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: ଆଜି କଟକ ଜିଲ୍ଲାରୁ ୧୪୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେ‌ଳେ କଟକ ସହରରୁ ମୋଟ ୬୪ଜଣ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିଛି। ଚିହ୍ନଟ ୬୪ଜଣଙ୍କ ମଧ୍ୟରୁ ସ୍ଥାନୀୟ ଅଂଚଳରୁ ୨୫ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ସିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସରକାରୀ ସଂଗରୋଧରୁ ୧୪ଜଣ ଓ ଗୃହ ସଂଗରୋଧରୁ ୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏଯାବତ କଟକରେ ୧୪,୧୬୬ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ୧୩,୨୨୨ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଏହି ମହାମାରୀରେ ୬୫ଜଣଙ୍କ ମୃତ୍ୟୁ ହୋଇଥିବା ବେ‌ଳେ ଏବେ ୮୭୯ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି |

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe