ଆଜି କଟକ ସହରରୁ ମୋଟ ୬୧ ଜଣ କରୋନା ପଜିଟିଭ ଚିହ୍ନଟ, ୪୭ଜଣ ସୁସ୍ଥ

କଟକ: ଆଜି କଟକ ସହରରୁ ମୋଟ ୬୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୫ଜଣ ଓ ସ୍ଥାନୀୟ ଅଂଚଳରୁ ୪୬ଜଣ ଅଛନ୍ତି। ଏହା ସହ ଆଜି ୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି | କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

ସିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସରକାରୀ ସଂଗରୋଧରୁ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୬ ଜଣ ପୁରୁଷ ଓ ୫ ଜଣ ମହିଳା ଅଛନ୍ତି। ଗୃହ ସଂଗରୋଧରୁ ଚିହ୍ନଟ ୪ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଗଣ୍ଡରପୁରରୁ ୨ଜଣ, ତେଲେଙ୍ଗାବଜାର ଓ ତୁଳସୀପୁରର ଶ୍ରୀବିହାର କଲୋନୀରୁ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Image

ସ୍ଥାନୀୟ ଅଂଚଳରୁ ଆଜି ୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ମହାନଦୀ ବିହାରରୁ ସର୍ବାଧିକ ୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | ଏହା ସହ ସେକ୍ଟର ୧୦ସିଡିଏରୁ ୫ଜଣ, ମଙ୍ଗଳାବାଗରୁ ୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି |

ସୂଚନାଯୋଗ୍ୟ, ଆଜି କଟକ ଜିଲ୍ଲାରୁ ମୋଟ ୧୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ କଟକ ସହରରୁ ୬୧ଜଣ ଅଛନ୍ତି। ତେବେ ଏପର୍ଯ୍ୟନ୍ତ କଟକ ସହରରୁ ୧୪ ହଜାର ୬୪୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୩ ହଜାର ୭୩୨ ଜଣ ସୁସ୍ଥ ହୋଇସାରିଛନ୍ତି। କିନ୍ତୁ ୮୪୪ଜଣ ଚିକିତ୍ସାଧୀନ ଥିବା ବେଳେ ୬୬ ଜଣଙ୍କର ମୃତ୍ୟୁ ହୋଇଛି।

ସମ୍ବନ୍ଧିତ ଖବର