କଟକ: ଆସନ୍ତା ୫ ତାରିଖରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମବାର୍ଷିକୀ ଉପଲକ୍ଷେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ କଟକସ୍ଥିତ ବିଜୁବାବୁଙ୍କ ଜନ୍ମସ୍ଥାନ ଆନନ୍ଦ ଭବନଠାରୁ ଭୁବନେଶ୍ବରସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପର୍ଯ୍ୟନ୍ତ ଏକ ବିଶାଳ ସାଇକେଲ୍‌ ଯାତ୍ରାର ଆୟୋଜନ କରାଯାଉଛି।

Advertisment

ଏହି ଶୋଭାଯାତ୍ରାରେ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ସାମିଲ୍‌ ହେବେ। ଏହି ସାଇାକଲ୍‌ ରାଲିରେ ହଜାର ହଜାର ଯୁବ ଛାତ୍ର ଯୋଗ ଦେଇ ୧୯୩୨ ମସିହାରେ ବିଜୁବାବୁଙ୍କ କଟକରୁ ପେଶୱାର ପର୍ଯ୍ୟନ୍ତ ୪୫୦୦ ମାଇଲ୍ସ ସାଇକେଲ୍‌ ଯାତ୍ରାର ସ୍ମୃତିକୁ ଉଜ୍ଜୀବିତ କରିବେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନକ୍ରମେ ବିଜୁ ଜନତା ଦଳର ସାମାଜିକ ପ୍ରତିବଦ୍ଧତାକୁ ଆଗେଇ ନେବା ପାଇଁ ଓଡ଼ିଶାର ପ୍ରତ୍ୟେକ ଯୁବ ଛାତ୍ରଙ୍କ ପ୍ରେରଣାର ଉତ୍ସ, ସାହସର ସ୍ତମ୍ଭ ବିଜୁବାବୁଙ୍କ ୨୪ତମ ଶ୍ରାଦ୍ଧ ବାର୍ଷିକୀ ଉପଲକ୍ଷେ ମାର୍ଚ ୫ ତାରିଖଠାରୁ ଏପ୍ରିଲ୍‌ ୧୭ ପର୍ଯ୍ୟନ୍ତ ବିିଜୁ ଯୁବ ଛାତ୍ର ଜନତା ଦଳ ଆନୁକୂଲ୍ୟରେ ଶ୍ରଦ୍ଧାଞ୍ଜଳୀ ସ୍ବରୂପ ଉତ୍ସର୍ଗୀକୃତ ଓଡ଼ିଶା ମୋ ପରିବାର- ଜୀବନବିନ୍ଦୁ ରକ୍ତଦାନ ଶିବିରର ଆୟୋଜନ କରାଯିବ ବୋଲି ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ(ଯୁବ ବ୍ୟାପାର) ପ୍ରଣବ କୁମାର ବଳବନ୍ତରାୟ, ବିଜୁ ଜନତା ଦଳର ରାଜ୍ୟ ସଭାପତି ଡ.ବ୍ୟୋମକେଶ ରାୟ ଏବଂ ବଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ଏକ ପ୍ରେସ୍‌ ଇସ୍ତାହାର ମାଧ୍ୟମରେ ଜଣାଇଛନ୍ତି।