ପୁରୀର ଦକ୍ଷିଣକୁ ୫୮୦ କିମି ଦୂରରେ ଘଣ୍ଟାପ୍ରତି ୧୨ କିମି ବେଗରେ ଗତି କରୁଛି ସାମୁଦ୍ରିକ ବାତ୍ୟା ‘ଅସାନି’

ଭୁବନେଶ୍ୱର: ପଶ୍ଚିମକେନ୍ଦ୍ରୀୟ ଏବଂ ଏହାର ଆଖପାଖ ଦକ୍ଷିଣ ବଙ୍ଗୋପସାଗର ଉପରେ ରହିଥିବା ଉପରେ ଥିବା ଭୀଷଣ ସାମୁଦ୍ରିକ ବାତ୍ୟା ‘ଅସାନି’ ଏବେ ପଶ୍ଚିମକେନ୍ଦ୍ରୀୟ ଏବଂ ଏହାର ଆଖପାଖ ଦକ୍ଷିଣ ବଙ୍ଗୋପସାଗରରେ ସମୁଦ୍ର ଭିତରେ ଭୀଷଣ ରୂପ ନେଇଛି। ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିଥିଲା ଏବଂ ଆଜି, ୯ ମେ, ଅପରାହ୍ନ ୫ଟା ୩୦ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଦକ୍ଷିଣ-ପୂର୍ବରେ କେନ୍ଦ୍ରୀଭୂତ ହୋଇ ରହିଥିଲା। ଏହା ବର୍ତ୍ତମାନ କାକିନାଡ଼ା, ବିଶାଖାପାଟନମ୍‌ (ଆନ୍ଧ୍ରପ୍ରଦେଶ) ଠାରୁ ୩୯୦ କିଲୋମିଟର ଦକ୍ଷିଣ-ଦକ୍ଷିଣ-ପୂର୍ବରେ କେନ୍ଦ୍ରୀଭୂତ ହୋଇ ୫ଟା ୩୦ ବେଳକୁ ଗୋପାଳପୁର (ଓଡ଼ିଶା)ର ଦକ୍ଷିଣରେ ୫୧୦ କିଲୋମିଟର, ଏବଂ ପୁରୀ (ଓଡ଼ିଶା)ର ଦକ୍ଷିଣରେ ୫୮୦ କିଲୋମିଟର ଦୂରରେ ରହିଥିବା ଭାରତୀୟ ପାଣିପାଗ ବିଭାଗର ୧୬ ନମ୍ବର ବୁଲେଟିନରୁ ଜଣାପଡ଼ିଛି।

ଏହା ମେ ୧୦ ତାରିଖ ରାତି ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଏବଂ ଏହାର ଆଖପାଖ ଓଡ଼ିଶା ଉପକୂଳରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବାର ସମ୍ଭାବନା ରହିଛି। ଏହା ପରେ ଏହା ଉତ୍ତର-ଉତ୍ତର-ପୂର୍ବ ଦିଗକୁ ପୁନଃ ବକ୍ର (କର୍ଭ) କରି ଓଡ଼ିଶା ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଡକୁ ଯିବାର ସମ୍ଭାବନା ରହିଛି।

ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଧୀରେ ଧୀରେ ଦୁର୍ବଳ ହୋଇ ଯିବାର ସମ୍ଭାବନା ରହିଛି ବୋଲି ଜାରି ବୁଲେଟିନ୍‌ରେ କୁହାଯାଇଛି।

ସମ୍ବନ୍ଧିତ ଖବର