ଘୂର୍ଣ୍ଣିବଳୟ ସକ୍ରିୟ, ଲଘୁଚାପ ସୃଷ୍ଟି ସମ୍ଭାବନା: ୪ ଜିଲ୍ଲାକୁ ସତର୍କ ସୂଚନା ଜାରି

ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଗୁରୁବାର ଏହା ଲଘୁଚାପ ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି...

Cyclone active, low pressure likely to form: Warning issued for 4 districts

Cyclone active, low pressure likely to form: Warning issued for 4 districts Photograph: (sambad.in)

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଗୁରୁବାର ଏହା ଲଘୁଚାପ ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। 

ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନ ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। 

ଜୁନ୍ ୨୬ରେ ମୟୂରଭଞ୍ଜ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ସହିତ ଘଡ଼ଘଡ଼ି ସହ ଝଡ଼ବର୍ଷା, ୩୦-୪୦ କିଲୋମିଟର ବେଗରେ ପବନ ବହିବା ଏବଂ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଧିକ। ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ସମ୍ବଲପୁର, ଦେଓଗଡ଼, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହିତ ବଜ୍ରପାତ, ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ଏବଂ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହିତ ବିଜୁଳି ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି ଏବଂ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ।

ଶୁକ୍ରବାର ଜୁନ୍ ୨୭ ତାରିଖରେ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଏବଂ ଦେଓଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ଅଧିକ ପଢ଼ନ୍ତୁ: ଗାଁ ଗାଁରେ ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ: କାର୍ଯ୍ୟାନୁଷ୍ଠାନ ନାହିଁ


ଜୁନ୍ ୨୮ରେ ମୟୂରଭଞ୍ଜ, କେଉଁଝର, ସୁନ୍ଦରଗଡ଼, କୋରାପୁଟ, ମାଲକାନଗିରି, ରାୟଗଡ଼ା ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଜୁନ୍ ୨୯ରେ ମୟୂରଭଞ୍ଜ, ଝାରସୁଗୁଡ଼ା, ବରଗଡ଼, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଧିକ। ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅଧିକ ପଢ଼ନ୍ତୁ: ଚୀନରେ ଆତଙ୍କବାଦ୍‌ ବିରୋଧରେ ଗର୍ଜିଲେ ରାଜନାଥ

 IMD | imd bhubaneswar 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe