ଭୁବନେଶ୍ୱର: ମାଡିଆସୁଛି ବାତ୍ୟା | ଆସନ୍ତା ୨୬ ତାରିଖରେ ଏହା ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) | ଦକ୍ଷିଣ ଓଡିଶା -ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଏହା ସ୍ଥଳଭାଗ ଅତିକ୍ରମ କରିବ ବୋଲି କୁହାଯାଉଛି | ଏହା ଓଡ଼ିଶାର ଗୋପାଳପୁର ଓ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାର ମଧ୍ୟଭାଗରେ ଥିବା କଳିଙ୍ଗପାଟ୍ଟନମ ଦେଇ ଗତି କରିବ ବୋଲି ପ୍ରାଥମିକ ସୂଚନା ମିଳିଛି | ହସ୍ତଗତ ହୋଇଥିବା ସୂଚନା ମୁତାବକ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ୱେଲମାର୍କରେ ପରିଣତ ହୋଇଛି | ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଡିପ ଡିପ୍ରେସନ ବା ଗଭୀର ଅବପାତରେ ପରିଣତ ହେବ |
ଅଧିକ ଘନୀଭୂତ ହେଲେ ଏହା ବାତ୍ୟାର ରୂପ ନେବ | ଏହାର ପ୍ରଭାବରେ ଘଣ୍ଟା ପ୍ରତି ୬୦ରୁ ୭୦ କିଲୋମିଟର ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ହେବାର ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ | ସମୟ ସମୟରେ ପବନର ବେଗ ଘଣ୍ଟା ପ୍ରତି ୯୦ କିଲୋମିଟର ମଧ୍ୟ ହୋଇପାରେ | ଆଇଏମଡିର ଆକଳନ ଅନୁଯାୟୀ ବର୍ତ୍ତମାନ ଏହା ଗୋପାଳପୁରଠାରୁ ୬୭୦ କିଲୋମିଟର ପୂର୍ବ-ଦକ୍ଷିଣରେ ଥିବାବେଳେ କଳିଙ୍ଗପାଟ୍ଟନମଠାରୁ ୭୪୦ କିଲୋମିଟର ଦୂରତାରେ ରହିଛି।
ଏହାର ପ୍ରଭାବରେ ଆସନ୍ତା ୨୫ ତାରିଖରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବୋହିବା ସହ ୨୬ ତାରିଖରେ ଘଣ୍ଟା ପ୍ରତି ୭୦ରୁ ୮୦ କିଲୋମିଟର ବେଗରେ ପବନ ବୋହିବ | ସେହିପରି ସ୍ଥଳବିଶେଷରେ ଏହା ୯୦ କିଲୋମିଟର ମଧ୍ୟ ଛୁଇଁବ ବୋଲି କୁହାଯାଉଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/09/66c6524c-6879-4a08-b0a9-b92a707747cf.jpg)