ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ଏକାଧିକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା

ଭୁବନେଶ୍ୱର: କେନ୍ଦ୍ରୀୟ ଆଣ୍ଡାମାନ ସାଗର ଅଞ୍ଚଳରେ ଗତକାଲିର ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆଜି ସକାଳ ୫ଟା୩୦ ସମମୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗର ଅଞ୍ଚଳରେ ଗୋଟିଏ ସ୍ୱଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି, ଯାହା ପରବର୍ତ୍ତୀ ସମୟରେ ସମାନ ଅଞ୍ଚଳରେ ମଧ୍ୟ ସକ୍ରିୟ ରହିଛି। ଏହା ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଘୁର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ବ୍ୟାପିଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଏକ ଅବପାତର ରୂପନେବା ସହ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗରେ ଗତିକରି କେନ୍ଦ୍ରୀୟ-ବଙ୍ଗୋପସାଗର ଅଞ୍ଚଳରେ ଏକ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଡିସେମ୍ବର ୪ ସକାଳ ସମୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ-ଓଡ଼ିଶା ଉପକୂଳରେ ପଞ୍ଚିବା ସମ୍ଭାବନା ରହିଛି ଏବଂ ପରବର୍ତ୍ତୀ ସମୟରେ ଏହା ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରିବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଡିସେମ୍ବର ୩ ସନ୍ଧ୍ୟା/ରାତ୍ରି ସମୟରୁ ବୃଷ୍ଟିପାତରେ ବୃଦ୍ଧି ସହ ଏବଂ ଡିସେମ୍ବର ୩ରେ କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଏବଂ ୪ରୁ ୫ ଡିସେମ୍ବରରେ ଉପକୂଳ ଏବଂ ତତ୍‌ ସଂଲଗ୍ନ ଆଗ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଗୋଟିଏରୁ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ବାତ୍ୟା ପ୍ରଭାବରେ ଆଜିଠାରୁ ଦକ୍ଷିଣ-ପୂର୍ବ ଏବଂ ତତ୍‌ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଝଡ଼ ପବନ ଘଣ୍ଟା ପ୍ରତି ୫୦ରୁ ୬୦ ସର୍ବାଧିକ ୭୦ କିମି ବହିବାର ସମ୍ଭାବନା ରହିଛି। ଡିସେମ୍ବର ୩ ଭୋର ପରଠାରୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘୁର୍ନି-ପବନ ବୃଦ୍ଧି ହୋଇ ଘଣ୍ଟା ପ୍ରତି ୬୫ରୁ ୭୫ କିମି ତଥା ଝଟକା ପବନ ୮୫କିମି ବହିବାର ସମ୍ଭାବନା ରହିଛି, ଯାହା ପରବର୍ତ୍ତୀ ସମୟରେ ଆହୁରି ବୃଦ୍ଧି ପାଇ ଡିସେମ୍ବର ୪ ସକାଳ ଠାରୁ ପରବର୍ତ୍ତୀ ୨୪ ଘଣ୍ଟା ଯାଏଁ ଉତ୍ତରପଶ୍ଚିମ ତତ୍‌ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟା ପ୍ରତି ବେଗ ୯୦ କିମିରୁ ୧୦୦ କିମି ତଥା ଝଟକା ପବନ ୧୧୦ କିମି ପର୍ଯ୍ୟନ୍ତ ବହିବାର ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର