ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା: ୨୪ ଓ ୨୫ରେ ୭ ଜିଲ୍ଲାରେ ବର୍ଷିବ

Advertisment

ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ, ୨୨ରୁ ୨୫ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ, ୨୨ରୁ ୨୫ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପ୍ରଭାବରେ ୨୪ ଓ ୨୫ ତାରିଖ ଦୁଇ ଦିନ ଧରି ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର ଓ ଅନୁଗୁଳ ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ। ତାହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲା ପାଇଁ ଆଜି ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ଏଥିସହ ଦକ୍ଷିଣ ଓ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ୨୨ ଓ ୨୩ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଉପକୂଳ ଓ ପଶ୍ଚିମ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ। ସେପଟେ ୨୪ ଓ ୨୫ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ତଳିଆ ଅଞ୍ଚଳ ଓ ଅଣ୍ଡରପାସ୍‌ରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇପାରେ। ସହରାଞ୍ଚଳରେ ଦୃଶ୍ୟମାନ କ୍ଷମତା ହ୍ରାସ ଓ ଟ୍ରାଫିକ୍‌ ସମସ୍ୟା ଉପୁଜିବ ବୋଲି ଏସ୍‌ଆରସି ସତର୍କ କରାଇଛନ୍ତି।ସେହିଭଳି ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ଓଡ଼ିଶା ଉପକୂଳକୁ ପ୍ରବେଶ ଉପରେ କଟକଣା ଲଗାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe