ଆସୁଛି ବାତ୍ୟା ପେଥାଇ, ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Advertisment

ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ

ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ

ଆସୁଛି ବାତ୍ୟା ପେଥାଇ, ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଡିପ୍‌ ଡିପ୍ରେସନ୍‌ରେ ପରିଣତ ହୋଇଛି। ବର୍ତ୍ତମାନ ଚେନ୍ନାଇ ଠାରୁ ଏହା ୯୩୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘୂର୍ଣ୍ଣିଝଡ଼ର ରୂପ ନେବାର ସମ୍ଭାବନା ରହିଛି। ବର୍ତ୍ତମାନ ଝଡ଼ବାତ୍ୟାଟି ଗଭୀର ଅବପାତ ରୂପରେ ରହିଛି। ଆସନ୍ତା ଶନିବାର ସକାଳ ସୁଦ୍ଧା ଗଭୀର ଅବପାତ ଘୂର୍ଣ୍ଣିଝଡ଼ର ରୂପ ନେଇପାରେ। ଏହି ବାତ୍ୟାର ନାମ ପେଥାଇ ରହିବ। ଏହି ନାମଟି ଥାଇଲ୍ୟାଣ୍ଡ ପକ୍ଷରୁ ଦିଆଯାଇଛି।

publive-image

ପେଥାଇର ପ୍ରଭବ ସିଧାସଳଖ ଓଡ଼ିଶା ଉପରେ ପଡ଼ିବାର ସମ୍ଭାବନା କମ୍‌ ଥିଲେ ହେଁ ଦକ୍ଷିଣ ଓଡ଼ିଶାରେ ବର୍ଷା ଏବଂ ପବନ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତାକାଲି ସନ୍ଧ୍ୟାରୁ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ। ସେହିଭଳି ୧୬ ଓ ୧୭ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘୂର୍ଣ୍ଣିଝଡ଼ର ରୂପ ନେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ସମୁଦ୍ର ଅଶାନ୍ତ ରହୁଥିବାରୁ ଆସନ୍ତା ୪ ଦିନ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ସେହିପରି ଯେଉଁମାନେ ଗଭୀର ସମୁଦ୍ରରେ ଅଛନ୍ତି, ସେମାନଙ୍କୁ ତୁରନ୍ତ କୂଳକୁ ଫେରି ଆସିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

publive-image

ଏହି କାରଣରୁ ଆଗାମୀ ୧୬ରୁ ସାରା ରାଜ୍ୟରେ କୋହଲା ପାଗ ସହ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଡିପ୍‌ ଡିପ୍ରେସନ୍‌ରେ ପରିଣତ ହେବା ହେତୁ ଆଗାମୀ୧୭ରେ ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହି ଜିଲ୍ଲାମାନଙ୍କ ମଧ୍ୟରେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ କନ୍ଧମାଳ ଆଦି ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe