୨୦ରେ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ: ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ

Advertisment

ଅକ୍ଟୋବର ୨୦ରେ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଅକ୍ଟୋବର ୨୨ରେ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି...

ଅକ୍ଟୋବର ୨୦ରେ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଅକ୍ଟୋବର ୨୨ରେ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି...

12amZpzxaq

ଭୁବନେଶ୍ବର: ଆସନ୍ତା ଅକ୍ଟୋବର ୨୦ରେ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଅକ୍ଟୋବର ୨୨ରେ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ପରବର୍ତ୍ତୀ ସମୟରେ ଲଘୁଚାପ ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଯେହେତୁ ଲଘୁଚାପ ସୃଷ୍ଟି ହେବା ପାଇଁ ଅଧିକ ଦିନ ବାକି ଅଛି ତେଣୁ  ବାତ୍ୟା ସୃଷ୍ଟି ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ।

ଏହା ସହିତ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ, ଆଗାମୀ ପାଞ୍ଚ ଦିନ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ନାହିଁ।
କାଁ ଭାଁ କିଛି ଜାଗାରେ ବିଜୁଳି ସହିତ ଘଡଘଡି ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦେଶକ ମନୋରମା ମହାନ୍ତି ସୂଚନା ପ୍ରଦାନ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe