ଗୋପାଳପୁରଠାରୁ ୭୮ କିମି ଏବଂ ପୁରୀଠାରୁ ୧୫୩ କିମି ଦୂରରେ ରହିବ ବାତ୍ୟା ‘ଅସାନି’

ଗୋପାଳପୁରଠାରୁ ୭୮ କିମି ଏବଂ ପୁରୀଠାରୁ ୧୫୩ କିମି ଦୂରରେ ରହିବ ବାତ୍ୟା ‘ଅସାନି’

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାତ୍ୟା ‘ଅସାନି’ ଭୀଷଣ ବାତ୍ୟାରୁ ବାତ୍ୟାରେ ପରିଣତ ହେବ। ପଶ୍ଚିମ-କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଦକ୍ଷିଣ ବଙ୍ଗୋପସାଗରରେ ବାତ୍ୟା ‘ଅସାନି’ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୫ କିମି ବେଗରେ ଗତି କରୁଛି। ବର୍ତ୍ତମାନ ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ ୫୧୦ କିମି ଏବଂ ପୁରୀ ଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୫୯୦କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତିପଥ ରଖିବା ସହ ଆଜି ପଶ୍ଚିମ-କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ସମୁଦ୍ର ମଧ୍ୟରେ ଉତ୍ତର-ଆନ୍ଧ୍ର ଓ ଓଡ଼ିଶା ଉପକୂଳ ପହଞ୍ଚିବାର ସମ୍ଭାବନା ରହିଛି।ଓଡିଶା ଉପକୂଳ ହେବା ବେଳକୁ ବାତ୍ୟା ଗଭୀର ଅବପାତ କିମ୍ବା ଅବପାତରେ ପରିଣତ ହୋଇସାରିଥିବ ବୋଲି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ବୈଜ୍ଞାନିକ ଉମା ଶଙ୍କର ଦାସ। ବାତ୍ୟା ଅତିକ୍ରମ କରିବା ସମୟରେ

ଗୋପାଳପୁରଠାରୁ ୭୮ କିମି ଏବଂ ପୁରୀଠାରୁ ୧୫୩ କିମି ଦୂରରେ ରହିବ। ଅସାନି ପ୍ରଭାବରେ ଆଜିଠାରୁ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ବର୍ଷା ଆରମ୍ଭ ହୋଇଯିବ । ଆଜି ଗଞ୍ଜାମ, ଗଜପତି ଓ ପୁରୀର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୨ ତାରିଖ ଦିନ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଉତ୍ତର ଉପକୂଳର ଅଳ୍ପ କିଛି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହୋଇପାରେ। ରାଜ୍ୟକୁ ପବନର ମଧ୍ୟ ଡର ନାହିଁ। ଓଡ଼ିଶା ଉପକୂଳ ସମୁଦ୍ରରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe