ଉତ୍ତର ଆଣ୍ଡାମାନ-ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୁର୍ଣ୍ଣିବଳୟ: ଆଗାମୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ-ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଆଜି ଗୋଟିଏ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ସମୁଦ୍ରପତ୍ତନ ଠାରୁ ୩.୧ ରୁ ୫.୮ କିମି ମଧ୍ୟରେ ସକ୍ରିୟ ରହିଥିବାର ସୂଚନା ମିଳିଛି। ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହି ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ଘନୀଭୂତ ହେବା ସହ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପରବର୍ତ୍ତୀ ୪ ରୁ ୫ ଦିନ ଯାଏଁ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବା ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ, ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ଦେଶର ବହୁ ରାଜ୍ୟରୁ ପ୍ରତ୍ୟାବର୍ତ୍ତନ କରିବାର ପ୍ରକ୍ରିୟା ଆରମ୍ଭ କରିଛି। ତେବେ, ଓଡ଼ିଶାରେ ଦକ୍ଷିଣ- ପଶ୍ଚିମ ମୌସୁମୀର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଏଯାବତ୍‌ ଆରମ୍ଭ ହୋଇନାହିଁ। ଏସ୍ଥିତିରେ ଆସନ୍ତା ଅକ୍ଟୋବର ୧୦ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ସୃଷ୍ଟି ହେବା ସହ ଏଥିପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଛି।

 

ସମ୍ବନ୍ଧିତ ଖବର